Report Card Odisha

| Daily Odia News

ଅବପାତରେ ପରିଣତ ହେଲା ଲଘୁଚାପ, ୧୯ ଜିଲ୍ଲାକୁ ୱାର୍ଣ୍ଣି ଜାରି…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା । ଲଘୁଚାପକୁ ନେଇ ଆଲର୍ଟ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ମୋଟ ୧୯ଟି ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୱାର୍ଣ୍ଣିଂ ଜାରି କରାଯାଇଛି । ଓଡିଶାରେ ସକ୍ରିୟ ଅବପାତ ଏବେ ଛତିଶଗଡକୁ ମୁହାଁଇଥିବା ପାଣିପାଗ ବିଭାଗ ସୂଚନା ଦେଇଛି । ଆଜି ଏହା ଦୁର୍ବଳ ହୋଇ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଓଡିଶା ଉପକୂଳ ଏବଂ ପାଶ୍ୱର୍ବର୍ତ୍ତୀ ଅଞ୍ଚଳ ଗୁଡିକରେ ସକ୍ରିୟ ଅବପାତ ଆଜି ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଛତିଶଗଡ ଆଡକୁ ମୁହାଁଇବ । ଏଥିସହ ନିଜର ତୀବ୍ରତା ବଜାୟ ରକିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ତେବେ ଆସନ୍ତାକାଲି ଏହା ଛତିଶଗଡରେ ପହଞ୍ଚିବା ବେଳକୁ ଦୁର୍ବଳ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିମଧ୍ୟରେ ୯ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୦ ଜିଲ୍ଲା ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ତେବେ ଏହି ଲଘୁଚାପ ଯୋଗୁଁ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Breaking News