ରିପୋର୍ଟ କାର୍ଡ / ଭୁବନେଶ୍ବର
ଲଘୁଚାପ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରିରହି | ଏହା ଭିତରେ ଅଗଷ୍ଟ ୧୩ ତାରିଖରୁ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ପରବର୍ତ୍ତୀ ୨୪ ଘଣ୍ଟା ଭିତରେ ଏହା ଆହୁରି ଘନୀଭୂତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି। ଅଗଷ୍ଟ ୧୧ ଓ ୧୨ ତାରିଖ ବେଳକୁ ରାଜ୍ୟରେ ବର୍ଷାର ପରମାଣ କମିବ। ଅଗଷ୍ଟ ୧୩ ତାରିଖ ବେଳକୁ ରାଜ୍ୟରେ ପୁଣି ବର୍ଷାର ପରିମାଣ ବଢ଼ିବ। ୧୩ ତାରିଖ ବେଳକୁ ରାଜ୍ୟରେ ମୌସୁମୀ ସକ୍ରିୟ ହେବାର ସମ୍ଭାବନା ଥିବାରୁ ଏହା ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ-ରାଜ୍ୟରେ ୯ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସେହି ଜିଲ୍ଲା ଗୁଡ଼ିକ ଅରେଞ୍ଜ ୱାଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେଓଗଡ଼, ଅନୁଗୋଳ, କେନ୍ଦୁଝର ଓ ମୟୂରଭଞ୍ଜ ଓ ବାଲେଶ୍ୱର। ଏହିସବୁ ଜିଲ୍ଲାରେ ବର୍ଷାର ପରିମାଣ ୭ରୁ ୨୦ ସେଣ୍ଟିମିଟର ରହିବ। ସେହିପରି ୧୦ଟି ଜିଲ୍ଲାରେ ଆଜି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା ଓ କଟକ।
More Stories
କେନିଆରେ ରଦ୍ଦ ହେଲା ଆଦାନୀ ପ୍ରକଳ୍ପ…..
ଯୁକ୍ତ ୨ ରେ ୧୦୦ ରୁ ୨୪ ରଖିଲେ ପାସ୍….
ବବି ଦାସ ଭାଇଙ୍କ ନାଁରେ ଏତଲା….