ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠୁ ଯୁକ୍ତ ୩ ନାମ ଲେଖାଇବା ପାଇଁ ଆବେଦନ ପକ୍ରିୟା ଆରମ୍ଭ ହେଉଛହି | ଛାତ୍ରଛାତ୍ରୀମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ ଆବେଦନ କରିପାରିବେ। ଆଜି ଦିନ ୧୧ଟା ଠାରୁ www.samsodisha. gov. in ରେ ଅନ୍ଲାଇନ୍ ଆବେଦନ ଫର୍ମ ଉପଲବ୍ଧ ହେବ। ଆବେଦନ କରିବାର ଶେଷ ତାରିଖ ଅଗଷ୍ଟ ୨୫ ରହିଛି । ଅଗଷ୍ଟ ୨୫ ତାରିଖ ରାତି ୧୧ଟା ୪୫ ମିନିଟ୍ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ। ଅଗଷ୍ଟ ୩୧ ତାରିଖରେ ପ୍ରଥମ ମେରିଟ୍ ଲିଷ୍ଟ୍ ପ୍ରକାଶ ପାଇବ। ସେମାନଙ୍କର ଆଡ୍ମିଶନ ପ୍ରକ୍ରିୟା ସେପ୍ଟେମ୍ବର ୨ରୁ ୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହା ପରେ ସେପ୍ଟେମ୍ବର ୧୧ରେ ୨ୟ ମେରିଟ ଲିଷ୍ଟ ପ୍ରକାଶ ପାଇବ। ଏଥିରେ ଯେଉଁ ଛାତ୍ରଛାତ୍ରୀଙ୍କ ନାଁ ଥିବ ସେମାନଙ୍କ ନାମଲେଖା ସେପ୍ଟେମ୍ବର ୧୨ରୁ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହା ପରେ ସିଟ୍ ଖାଲି ପଡ଼ିଲେ ସେପ୍ଟେମ୍ବର ୧୬ ତାରିଖରେ ସେ ସଂପର୍କିତ ସୂଚନା ସାମ୍ସ ପୋର୍ଟାଲରେ ଉପଲବ୍ଧ ହେବ। ଏନେଇ କିଛି ଦିନ ତଳେ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା






More Stories
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ,ବାତ୍ୟା ଆଶଙ୍କା…..
ପିଲାଙ୍କୁ ମିଳିବ ୟୁନିଫର୍ମ…..
ବସ୍ତି ବାସିନ୍ଦାଙ୍କୁ ମିଳିବ ଘର…..