ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ମୟୂରଭଂଜ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୂଚନା ମୁତାବକ ମୁଖ୍ୟମନ୍ତ୍ରୀ ଶୁକ୍ରବାର ସକାଳ ୯ଟା ୫୦ମିନିଟରେ ନବୀନ ନିବାସରୁ ବାହାରି ବିଜୁପଟ୍ଟନାୟକ ବିମାନ ବନ୍ଦର ଯିବେ । ସେଠାରୁ ଦିନ ୧୦ଟା ସମୟରେ ହେଲିକପ୍ଟର ଯୋଗେ ମୟୂରଭଞ୍ଜର ରାସଗୋବିନ୍ଦପୁର ବ୍ଲକର ଟିକପଡା ଠାରେ ହୋଇଥିବା ଅସ୍ଥାୟୀ ହେଲିପ୍ୟାଡରେ ଦିନ ୧୧ଟା ୧୦ମିନିଟ ସମୟରେ ଅବତରଣ କରି ସୁବର୍ଣ୍ଣରେଖା ଜଳ ସେଚନ ପ୍ରକଳ୍ପର ଲୋକାର୍ପଣ କରିବା ସହିତ ମଞ୍ଚକୁ ଯିବେ । ସେଠାରେ ଡିଜିଟାଲ ମୋଡରେ (ଭିଡିଓ କନଫରେନ୍ସିଂ ଯୋଗେ) ଦେଓ ଜଳ ସେଚନ ପ୍ରକଳ୍ପର ଲୋକାର୍ପଣ ସହିତ ବିଭିନ୍ନ ପ୍ରକାର ପ୍ରକଳ୍ପର ଶୁଭ ଉଦଘାଟନ ଏବଂ ଉନ୍ନୟନ ମୂଳକ ଯୋଜନାର ଭିତ୍ତିପ୍ରସ୍ତର ସ୍ଥାପନ ପରେ ଉପସ୍ଥିତ ଜନ ସାଧାରଣଙ୍କୁ ଉଦବୋଧନ ଦେବେ । ଦିନ ୧୧ଟା ୫୦ ସୁଦ୍ଧା କାର୍ଯ୍ୟକ୍ରମ ସାରି ମୁଖ୍ୟମନ୍ତ୍ରୀ ଦିନ ୧୨ଟାରେ ହେଲିକପ୍ଟର ଯୋଗେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟସୂଚୀ ରହିଛି । ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ସହିତ କାର୍ଯ୍ୟକ୍ରମ କିପରି ଶାନ୍ତି ଶୃଙ୍ଖଳାର ସହିତ ହେବ ସେ ନେଇ ଜିଲ୍ଲାପ୍ରଶାସନ ଏବଂ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।






More Stories
ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି……
ଭାଜପା ଉପରୁ ଜନତାଙ୍କ ବିଶ୍ୱାସ ତୁଟିଛି,ଏଠାରୁ ପରିବର୍ତ୍ତନର ଆରମ୍ଭ :ଧର୍ମେନ୍ଦ୍ର….
ଶିକ୍ଷା ଭବିଷ୍ୟତ ନିର୍ମାଣର ମୂଳଦୁଆ….