ରିପୋର୍ଟ କାର୍ଡ / ଭୁବନେଶ୍ୱର
ଯେତେବେଳେ ଓଡିଶା ପ୍ରାକୃତିକ ବିପର୍ଯ୍ୟୟରେ ସମୁଖୀନ ହୁଏ ଜିରୋ କାଜୁଆଲିଟି କୁ ଗୁରୁତ୍ୱ ଦେଇଥାନ୍ତି ରାଜ୍ୟ ସରକାର | ଆଜି ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବନ୍ୟା ପରିସ୍ଥିତି ନେଇ ସମୀକ୍ଷା କରିଛନ୍ତି |ଏବଂ ଜିରୋ କାଜୁଆଲିଟି କୁ ଗୁରୁତ୍ୱ ଦେଇଛନ୍ତି | କହିଛନ୍ତି କି ସବୁ ଜୀବନ ମୂଲ୍ୟବାନ ହେଉଛି ଆମର ନୀତି | ଯେପରି ଗୋଟିଏ ବି ଜୀବନ ହାନୀ ନ ହୁଏ ଓ ଯୋଗାଯୋଗରେ କୌଣସି ଗୁରୁତର ବିଭ୍ରାଟ ନ ହୁଏ, ତାହୁ ସୁନିଶ୍ଚିତ କରବାକୁ ନିର୍ଦ୍ଦେଶ ଦେଇଛନ୍ତି | ୧୦ ଜିଲ୍ଲାର ଜିଲ୍ଲାପାଳମାନେ ସତର୍କ ରୂହନ୍ତୁ ବିପଦସଂକୁଳ ସ୍ଥାନ ଗୁଡିକରୁ ଲୋକଙ୍କୁ ସ୍ଥାନାନ୍ତରକରନ୍ତୁ | ସବୁ ପ୍ରକାର ବିପର୍ଯ୍ୟୟରେ ଆମର ନୀତି ହେଉଛି ‘ସବୁ ଜୀବନ ମୂଲ୍ୟବାନ’। ଯେପରି କୌଣସି ଗୋଟିଏ ବି ଜୀବନ ହାନୀ ନ ହୁଏ, ଏବଂ ସାଧାରଣ ଜୀବନଯାତ୍ରାରେ କୌଣସି ବ୍ୟାପକ ଅସୁବିଧା ସୃଷ୍ଟି ନ ହୁଏ, ତାକୁ ସୁନିଶ୍ଚିତ କରବାକୁ ଅଧିକାରୀ ମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ପରିସ୍ଥିତି ସଂପର୍କରେ ମୁଖ୍ୟ ଶାସନ ସଚିବ ଓ ସ୍ବତନ୍ତ୍ର ରିଲିଫ କମିଶନର ନିୟମିତ ଭାବେ ସମୀକ୍ଷା କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି । କ୍ରମାଗତ ଭାବେ ବର୍ଷା ଲାଗି ରହିଥିବାରୁ ମହାନଦୀ ଅବବାହିକା ଅଞ୍ଚଳର ୧୦ଟି ଜିଲ୍ଲାରେ ବନ୍ୟା ହେବାର ସମ୍ଭାବନା ଦେଖାଦେଇଛି । ତେଣୁ ଏହି ୧୦ଟି ଜିଲ୍ଲାର ଜିଲ୍ଲାପାଳ ମାନେ ସତର୍କ ରହିବା ସହିତ ବନ୍ୟା ପରିସ୍ଥିତିକୁ ରୋକିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି | ବିପଦସଂକୁଳ ଅଞ୍ଚଳରେ ଥିବା ଲୋକମାନଙ୍କୁ ପ୍ରାଥମିକତା ଭିତ୍ତିରେ ସ୍ଥାନାନ୍ତର କରି ସେମାନଙ୍କୁ ଆବଶ୍ୟକ ରିଲିଫ ଓ ମୌଳିକ ସୁବିଧା ଯୋଗାଇ ଦେବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟସ୍ତରରେ ସଂପୃକ୍ତ ବିଭାଗମାନେ ଜିଲ୍ଲାଗୁଡିକୁ ସମସ୍ତ ପ୍ରକାର ସାହାଯ୍ୟ ତୁରନ୍ତ ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହିତ ବିଭିନ୍ନ ବିଭାଗ ଗୁଡିକୁ ନିର୍ଦ୍ଦେଶ ଦେଇ NDRF, ODRAF ଓ Fire Service Unit ଗୁଡିକୁ ବିଭିନ୍ନ ବିପଦସଂକୁଳ ସ୍ଥାନଗୁଡିକରେ ସଜାଗ ରଖି ଆବଶ୍ୟକସ୍ଥଳେ ଲୋକଙ୍କ ଉଦ୍ଧାର କାର୍ଯ୍ୟରେ ନିୟୋଜିତ କରାଯିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଛନ୍ତି । ହସ୍ପିଟାଲ, ଜଳଯୋଗାଣ ଓ ବିଦ୍ୟୁତ ଯୋଗାଣ ବ୍ୟବସ୍ଥା ପରି ଜୀବନ ରକ୍ଷାକାରୀ ସଂସ୍ଥା ଗୁଡିକ ନିରବଚ୍ଛିନ୍ନ ଭାବରେ ସେବା ଯୋଗାଇ ଦେବା, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଗ୍ରାମାଞ୍ଚଳରେ ସ୍ବଚ୍ଛ ପାନୀୟ ଜଳର ବ୍ୟବସ୍ଥା କରିବା, ସ୍ବାସ୍ଥ୍ୟ ବିଭାଗ ପ୍ରଭାବିତ ଅଞ୍ଚଳରେ ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବାପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବା ପାଇଁ ନିର୍ଦ୍ଦେଶ ନିର୍ଦ୍ଦେଶ ଦେଇଛନ୍ତି। ସେପିପରି ପ୍ରାଣୀଧନର ସୁରକ୍ଷା ପାଇଁ ମତ୍ସ୍ୟ ଓ ପଶୁସଂପଦ ବିଭାଗ ଆବଶ୍ୟକ ସେବା ଯୋଗାଇ ଦେବାକୁ ମଧ୍ୟ ସେ ପରାମର୍ଶ ଦେଇଛନ୍ତି । ରାସ୍ତାଘାଟର କ୍ଷତି ହୋଇ ଯଦି ଯୋଗାଯୋଗ ବ୍ୟବସ୍ଥା ବ୍ୟାହତ ହୁଏ, ତେବେ ଇଂଜିନିୟରିଂ ବିଭାଗ ଗୁଡିକ ସେଗୁଡିକର ତୁରନ୍ତ ମରାମତି ପାଇଁ ଆଗୁଆ ବ୍ୟବସ୍ଥା କରିବା ଆବଶ୍ୟକ । ସେହିପରି ଶକ୍ତି ବିଭାଗ ମଧ୍ୟ ବିଦ୍ୟାତ ଯୋଗାଯୋଗ ବ୍ୟାହତ କ୍ଷେତ୍ରରେ ତୁରନ୍ତ ପୁନଃ ସଂଯୋଗ ପାଇଁ ଆଗୁଆ ବ୍ୟବସ୍ଥା କରିବାକୁ ସେ ପରାମର୍ଶ ଦେଇଛନ୍ତି । ବୈଠକରେ ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ପି.କେ ଜେନା ପରିସ୍ଥିତି, ପ୍ରସ୍ତୁତି ଓ ପଦକ୍ଷେପ ସଂପର୍କରେ ଉପସ୍ଥାପନା ରଖି କହିଲେ ଯେ ମହାନଦୀର ଉପର ଓ ତଳମୁଣ୍ଡରେ ବର୍ଷା ହୋଇ ୧୦ଟି ଜିଲ୍ଲାରେ ବନ୍ୟା ପରିସ୍ଥିତିର ସମ୍ଭାବନା ଦେଖାଦେଇଛି। ଗତକାଲି ହୀରାକୁଦର ୮ଟି ଗେଟ୍ ବନ୍ଦ କରାଯାଇଛି ଏବଂ ବର୍ତ୍ତମାନ ୨୬ଟି ଗେଟ୍ ଖୋଲା ରହିଛି । କୌଣସି ଅବଶ୍ୟକ ନ ହେଲେ, ଆଗାମୀ ୩ ଦିନ ପର୍ଯ୍ୟନ୍ତ ଏହି ବ୍ୟବସ୍ଥା ଜାରି ରହିବ। ଏହାଦ୍ବାରା ହୀରାକୁଦର ତଳ ମୁଣ୍ଡରେ ବନ୍ୟା ପରିସ୍ଥିତିର ପ୍ରଭାବ ସାମାନ୍ୟ କମିଛି । ୭ଟି ଜିଲ୍ଲାରେ ୯ଟି ଓଡ୍ରାଫ, ୬ଟି ଜିଲ୍ଲାରେ ୯ଟି NDRF ଟିମ୍, ୪୪ଟି ଅଗ୍ନିଶମ ସେବା ୟୁନିଟ୍କୁ ସଜାଗ ରଖାଯାଇଛି । ଆଜି ମହାନଦୀର ମୁଣ୍ଡଳୀ ଠାରେ ୧୧.୭୫ ଲକ୍ଷ କ୍ୟୁସେକ ଜଳ ପ୍ରଭାବିତ ହେବ ବୋଲି ସେ ସୂଚନା ଦେଇଥିଲେ। ସବୁ ଜିଲ୍ଲା ପ୍ରଶାସନକୁ ହାଇ ଆଲର୍ଟରେ ରଖାଯାଇଛି। ୧୦ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଆବଶ୍ୟକ ହେଲେ ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶ ଦେବା ସହିତ ସେଥିପାଇଁ ପଞ୍ଚାୟତରାଜ ଅନୁଷ୍ଠାନ ଗୁଡିକର ସହାୟତା ନେବା ପାଇଁ ମଧ୍ୟ ପରାମର୍ଶ ଦିଆଯାଇଛି । ଏହାସହିତ ନଦୀବନ୍ଧ ଗୁଡିକ ଉପରେ ନଜର ରଖିବା ଏବଂ ପ୍ରଭାବିତ ଅଞ୍ଚଳରେ ଆବଶ୍ୟସ୍ଥଳେ ଶିକ୍ଷାନୁଷ୍ଠାନ ଗୁଡିକୁ ବନ୍ଦ ରଖିବା ପାଇଁ ମଧ୍ୟ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ସମ୍ବଲପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଓ CMC Commissioner ଙ୍କ ସହିତ ପରିସ୍ଥିତି ସଂପର୍କରେ ଆଲୋଚନା କରିଥିଲେ । ବର୍ତ୍ତମାନ ସୁଦ୍ଧା ପରିସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଛି ଏବଂ ଜିଲ୍ଲା ପ୍ରଶାସନ ସଂପୂର୍ଣ୍ଣ ଭାବରେ ସଜାଗ ରହି ପରିସ୍ଥିତି ଉପରେ ନଜର ରଖିଛି । କେତେକ ସ୍ଥାନରେ ଲୋକଙ୍କୁ ସ୍ଥାନାନ୍ତରିତ ମଧ୍ୟ କରାଯାଉଛି ବୋଲି ଜିଲ୍ଲାପାଳମାନେ ସୂଚନା ଦେଇଥିଲେ । ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ, ପ୍ରମୁଖ ସଚିବ ଓ ସଚିବ ଏବଂ ଜିଲ୍ଲାପାଳମାନେ ଉପସ୍ଥିତ ଥିଲେ ।






More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..