ରିପୋର୍ଟ କାର୍ଡ / ଭୁବନେଶ୍ୱର
ଗୋଟାଏ ଲଘୁଚାପ ଯାଉ ଯାଉ ଆସୁଛି ଆଉଏକ ଲଘୁଚାପ | ଅଗଷ୍ଟ ୧୯ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୮ ତାରିଖ ଅର୍ଥାତ ଜନ୍ମାଷ୍ଟମୀରୁ ବର୍ଷା ବଢିବ। ୧୯ ଓ ୨୦ ତାରିଖରେ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ଗୁରୁବାର ସକାଳ ସାଢ଼େ ୮ଟାରୁ ୧୯ ତାରିଖ ସକାଳ ସେଢ଼ ୮ଟା ପର୍ଯ୍ୟନ୍ତ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସିଏମ୍ ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉଲ୍ଲେଖ ଯୋଗ୍ୟ- ଗତ ଲଗୁଚାପ
More Stories
କେନିଆରେ ରଦ୍ଦ ହେଲା ଆଦାନୀ ପ୍ରକଳ୍ପ…..
ଯୁକ୍ତ ୨ ରେ ୧୦୦ ରୁ ୨୪ ରଖିଲେ ପାସ୍….
ବବି ଦାସ ଭାଇଙ୍କ ନାଁରେ ଏତଲା….