ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୧ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୮୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୭ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୫୪୭୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରେ ବରଗଡ଼ ଜିଲ୍ଲାରୁ ୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗୀର ରୁ ୭, ବୌଦ୍ଧ ୨, କଟକ ୧୬, ଦେଓଗଡ଼ ୩, ଗଜପତି ୪, ଗଞ୍ଜାମ ୨, ଯାଜପୁର ୬, ଝାରସୁଗୁଡ଼ା ରୁ ଜଣେ, କଳାହାଣ୍ଡି ୩, କନ୍ଧମାଳ ୪, କେନ୍ଦ୍ରାପଡ଼ା ୨, ଖୋର୍ଦ୍ଧା ୪୮, କୋରାପୁଟ ୧୧, ମାଲକାନଗିରି ଜଣେ, ମୟୁରଭଞ୍ଜ ୬, ନବରଙ୍ଗପୁର ଜଣେ, ନୟାଗଡ଼ ୬, ନୂଆପଡ଼ା ୯, ପୁରୀ ୩, ସମ୍ବଲପୁର ୧୩, ସୋନପୁର ଜଣେ, ସୁନ୍ଦରଗଡ଼ ୩୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ ପୁଲ୍ରୁ ୧୨ଜଣ ରହିଛନ୍ତି ।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..