ରିପୋର୍ଟ କାର୍ଡ / ପୁରୀ
ଆଜି ହେଉଛି ଭାଦ୍ରବ ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି। ଶ୍ରୀମନ୍ଦିରରେ ମହାପ୍ରଭୁ କୃଷ୍ଣ ବଳରାମ ବେଶ ହେବେ । ଏହି ବେଶରେ ଉଭୟ କୃଷ୍ଣ ଅର୍ଥାତ ମହାପ୍ରଭୁ ଜଗନ୍ନାଥ ଏବଂ ବଳରାମ ଅର୍ଥାତ ପ୍ରଭୁ ବଳଭଦ୍ର କାଠ ତିଆରି ୨ଟି ଗୋଡ଼ ଛନ୍ଦି ଛନ୍ଦପୟର ମୁଦ୍ରାରେ ରହିଥାନ୍ତି। ଜଗନ୍ନାଥଙ୍କ ଗୋଟିଏ ହାତରେ ସୁବର୍ଣ୍ଣ ବଂଶୀ ଓ ଅନ୍ୟ ହସ୍ତରେ ପଦ୍ମ ଫୁଲ ଥାଏ। ସେହିପରି ବଳରାମଙ୍କ ଡାହାଣ ହାତରେ ଶିଘାଂ ଓ ବାମ ହସ୍ତରେ ପଦ୍ମ ଫୁଲ ଥାଏ। କିରୀଟ ଉପରେ ସପ୍ତଫେଣିଆ ସର୍ପ ମଧ୍ୟ ବିରାଜମାନ କରିଥାନ୍ତି । ଏହି ବେଶରେ ଜଗନ୍ନାଥ ଓ ବଳଭଦ୍ର ଗୋଟିଏ ଗୋଟିଏ ପାଗ ପିନ୍ଧିଥିବା ବେଳେ ଏହି ପାଗଦ୍ୱୟ କିରୀଟଯୁକ୍ତ ହୋଇଥାଏ। ରତ୍ନ ସିଂହାସନ ଉପରେ ଖଞ୍ଜା ଯାଇଥିବା ଏକ କ୍ଷୁଦ୍ର କାଠ ନିର୍ମିତ ତଥା ଜରି ଜମ୍ୱୁରାରେ ଆଛାଦିତ ସିଂହାସନରେ ଚକାମୁଣ୍ତି ପକାଇ ପ୍ରଭୁ ପଦ୍ମାସନରେ ଉପନିବଶ କରନ୍ତି। ବାଙ୍କଚୂଳ କିରୀଟ ଉପରେ ପତ୍ରଲଗା କଦମ୍ୱ ଫୁଲ ଶୋଭାପାଇଥାଏ।






More Stories
ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି……
ଭାଜପା ଉପରୁ ଜନତାଙ୍କ ବିଶ୍ୱାସ ତୁଟିଛି,ଏଠାରୁ ପରିବର୍ତ୍ତନର ଆରମ୍ଭ :ଧର୍ମେନ୍ଦ୍ର….
ଶିକ୍ଷା ଭବିଷ୍ୟତ ନିର୍ମାଣର ମୂଳଦୁଆ….