ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଉତ୍ତର ପ୍ରଦେଶର ମୋରଦାବାଦରେ ଥିବା ଗୋଟିଏ ୩ ମହଲା କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଗୁରୁତରହୋଇଛନ୍ତି। ବିଳମ୍ବିତ ରାତିରେ ହଠାତ୍ ବିଲଡିଂରେ ନିଆଁ ଲାଗି ଯାଇଥିଲା। ଚାହୁଁଚାହୁଁ ପୂରା ବିଲଡିଂ ହୁତହୁତ ହୋଇ ଜଳିଥିଲା। ସ୍ଥାନୀୟ ଲୋକ ଅଗ୍ନିଶମ ବାହିନୀକୁ ଖବର ଦେବା ସହ ନିଆଁ ଲିଭା କାମରେ ଲାଗି ପଡ଼ିଥିଲେ। ଅଗ୍ନିଶମ ବାହିନୀର ୫ଟି ଗାଡ଼ି ଦୀର୍ଘ ୩ ଘଣ୍ଟାରୁ ଅଧିକ ସମୟ ପରିଶ୍ରମ କରିବା ପରେ ନିଆଁକୁ ଆୟତ୍ତ କରିଥିଲା। ସ୍ଥାନୀୟ ଲୋକଙ୍କ ସହ ଅଗ୍ନିଶମ କର୍ମଚାରୀମାନେ ନିଆଁ ଭିତରୁ ୧୨ ଜଣଙ୍କୁ ଉଦ୍ଧାର କରିଥିଲେ। ତେବେ ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଜୀବନ ବଞ୍ଚାଇବା ସମ୍ଭବ ହୋଇପାରି ନାହିଁ। ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ଓ ୩ ଜଣ ଛୋଟ ପିଲା ରହିଛନ୍ତି। ସେହିପରି ଘଟଣାରେ ୨ ଜଣଙ୍କ ଅବସ୍ଥା ଗୁରୁତର ହୋଇଛି। ସେମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।






More Stories
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ରବି ମିତ୍ତଲ…..
ରାମଲୀଲା ମୈଦାନରେ ଚାଷୀଙ୍କ ରଣହୁଙ୍କାର…..
ଇରାନ ଉପରେ ବଙ୍କର ବଷ୍ଟର ମାଡ଼ କଲା ଆମେରିକା…..