Report Card Odisha

| Daily Odia News

ଯୁକ୍ତ ୨ ଇନଷ୍ଟାଣ୍ଟ ପରୀକ୍ଷା ଆବେଦନ ଅବଧି ଘୁଞ୍ଚିଲା…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଯୁକ୍ତଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ତତ୍କାଳ ପରୀକ୍ଷା ପାଇଁ ଆବେଦନ ଅବଧିକୁ ଘୁଞ୍ଚାଇ ଦିଆଯାଇଛି। ଗତ ୨୨ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ଏହା ୨୪ ତାରିଖ ପର୍ଯ୍ୟନ୍ତ ଚାଲିବାର ଥିଲା। ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଏହାକୁ ୨୯ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। ସେହିପରି ୨୯ରୁ ସେପ୍ଟେମ୍ବର ୨ ମଧ୍ୟରେ ପରୀକ୍ଷା ଫି’ ଦାଖଲ କରିବାକୁ ପଡ଼ିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଚଳିତବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ଶିକ୍ଷାରେ ଯେଉଁ ଛାତ୍ରଛାତ୍ରୀ କେବଳ ଗୋଟିଏ ବିଷୟରେ ଅକୃତକାର୍ଯ୍ୟ ହୋଇଛନ୍ତି, ସେମାନେ ତତ୍କାଳ ପରୀକ୍ଷା ଦେଇପାରିବେ। ତେବେ ସେପ୍ଟେମ୍ବର ୧୩ ଓ ୧୪ରେ ପରୀକ୍ଷା ହେବ ବୋଲି ପୂର୍ବରୁ କୁହାଯାଇଥିବାବେଳେ ଏଥିରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ସେହିପରି ଯୁକ୍ତଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ବିଷୟରେ ରିଚେକିଂ ପାଇଁ ଆବେଦନ ଅବଧିକୁ ମଧ୍ୟ ବଢ଼ାଇ ଦିଆଯାଇଛି। ସେପ୍ଟେମ୍ବର ୧୨ ମଧ୍ୟରେ ଛାତ୍ରଛାତ୍ରୀ ରିଚେକିଂ ପାଇଁ ଆବେଦନ କରିପାରିବେ।

Breaking News