ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶର ୪୯ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଇଛନ୍ତି ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ଉଦୟ ଉମେଶ ଲଳିତ। ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏଥିପାଇଁ ରାଷ୍ଟ୍ରପତି ଭବନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ଉତ୍ସବରେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିଦାୟୀ ସିଜେଆଇ ଜଷ୍ଟିସ ଏନଭି ରମନ୍ନାଙ୍କ ଠାରୁ ଆରମ୍ଭ କରି ବହୁ କେନ୍ଦ୍ରମନ୍ତ୍ରୀ ଓ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ରହିଥିଲେ। ଜଷ୍ଟିସ ଲଳିତ ସିଜେଆଇ ଭାବେ ୭୪ ଦିନ କାମ କରିବେ। ତାଙ୍କ କାର୍ଯ୍ୟକାଳ ନଭେମ୍ବର ୮ରେ ଶେଷ ହେବ।






More Stories
ଅନିଲଙ୍କ ସମ୍ପତ୍ତି ବାଜ୍ୟାପ୍ତ କଲା ED, ରହିଛି ଭୁବନେଶ୍ୱର ଲିଙ୍କ୍…..
ତୁରନ୍ତ ରୋକନ୍ତୁ ଏସଆଇଆର୍…..
ଶପଥ ସମାରୋହରେ ଗାମୁଛା ଉଡ଼ାଇଲେ ମୋଦି…..