ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶର ୪୯ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଇଛନ୍ତି ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ଉଦୟ ଉମେଶ ଲଳିତ। ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏଥିପାଇଁ ରାଷ୍ଟ୍ରପତି ଭବନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ଉତ୍ସବରେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିଦାୟୀ ସିଜେଆଇ ଜଷ୍ଟିସ ଏନଭି ରମନ୍ନାଙ୍କ ଠାରୁ ଆରମ୍ଭ କରି ବହୁ କେନ୍ଦ୍ରମନ୍ତ୍ରୀ ଓ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ରହିଥିଲେ। ଜଷ୍ଟିସ ଲଳିତ ସିଜେଆଇ ଭାବେ ୭୪ ଦିନ କାମ କରିବେ। ତାଙ୍କ କାର୍ଯ୍ୟକାଳ ନଭେମ୍ବର ୮ରେ ଶେଷ ହେବ।






More Stories
୧୮ରେ ରାଜ୍ୟସଭା ଉପନିର୍ବାଚନ…..
ସିଧା ଏନକାଉଣ୍ଟର…..
ପଦ୍ମ ପୁରସ୍କାର:୬୬ ବିଶିଷ୍ଟ ବ୍ୟକ୍ତିଙ୍କୁ ସମ୍ମାନିତ…..