ରିପୋର୍ଟ କାର୍ଡ / ପୁରୀ
ପୁରୀ ଶ୍ରୀମନ୍ଦିର ସିଂହଦ୍ଵାର ସମ୍ମୁଖରେ ଥିବା ଅରୁଣ ସ୍ତମ୍ଭରେ ଏକ ଫାଟ ଦେଖା ଦେଇଛି | ଏହାକୁ ନେଇ ସାଧାରଣରେ ଚର୍ଚ୍ଚା ଜୋର ଧରିଛି। କଳା ମୁଗୁନି ପଥରରେ ନିର୍ମିତ ଅରୁଣ ସ୍ତମ୍ଭ ଏବେ କିଭଳି ଭାବେ ଏହି ଫାଟ ସୃଷ୍ଟି ହୋଇଛି ତାହା ସ୍ପଷ୍ଟ ହୋଇନାହିଁ। ଏହି ସ୍ତମ୍ଭର ଉଚ୍ଚତା ୩୩ ଫୁଟ ୮ ଇଞ୍ଚ। ଅଷ୍ଟାଦଶ ଶତାବ୍ଦୀର ଶେଷ ଭାଗରେ ରାଜା ଦିବ୍ୟସିଂହ ଦେବ କୋଣାର୍କରୁ ଏହି ସ୍ତମ୍ଭକୁ ଆଣି ସିଂହଦ୍ୱାର ସମ୍ମୁଖରେ ପ୍ରତିଷ୍ଠା କରାଇଥିଲେ। ଏହା ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ହୋଇଥିବାରୁ ଆଜି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଅନୁଷ୍ଠିତ ହେବାକୁ ଥିବା ବୈଠକରେ ଆଲୋଚନା କରାଯିବ ବୋଲି ସୂଚନା ମିଳିଛି।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..