ରିପୋର୍ଟ କାର୍ଡ / ଭୁବନେଶ୍ୱର
ବାତ୍ୟା ହେବା ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ମିଳିଛି ଆଶ୍ୱସ୍ତିକର ଖବର। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି, ବାତ୍ୟା ସଂପର୍କରେ ଭାରତୀୟ ପାଣିପାଗ ବିଭାଗ କୌଣସି ସୂଚନା ଜାରି କରି ନାହିଁ। ସେପ୍ଟେମ୍ବର ମାସରେ ବାତ୍ୟା ହେବାର କୌଣସି ସୂଚନା ନାହିଁ। ଏନେଇ ଆକଳନ କରାଯାଇ ନାହିଁ। ସେପ୍ଟେମ୍ବର ମାସରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ସେପ୍ଟେମ୍ବର ୮ ତାରିଖରେ ପ୍ରଥମ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଦ୍ୱିତୀୟ ଲଘୁଚାପଟି ସେପ୍ଟେମ୍ବର ୯ରୁ ୧୫ ତାରିଖ ମଧ୍ୟରେ ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ବାତ୍ୟା ନେଇ କୌଣସି ଆକଳନ କରାଯାଇନି ବୋଲି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି।






More Stories
ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କବାଦୀ…..
ଅବହେଳା କଲେ ନାମଲେଖା ବନ୍ଦ…..
୩୦ ସୁଦ୍ଧା ଚୂଡ଼ାନ୍ତ ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକା…..