ରିପୋର୍ଟ କାର୍ଡ / ଭୁବନେଶ୍ୱର
୭ ତାରିଖ ଦିନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପ୍ରଭାବରେ ୪୮ ଘଣ୍ଟାରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ ବୋଲି ପାଣିପବ ବିଭାଗ ଆକଳନ କରିଛି । ଏହା ପ୍ରଭାବରେ ୮ରୁ ଦକ୍ଷିଣ ଓଡ଼ିଶା ଓ ୯ରୁ ରାଜ୍ୟରେ ବିସ୍ତୃତ ବର୍ଷା ହେବ । ଘୂର୍ଣ୍ଣିବଳୟ ପ୍ରଭାବରେ ମଙ୍ଗଳବାର ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କେନ୍ଦ୍ରର ସୂଚନା ମୁତାବକ ଆଜି ଗଞ୍ଜାମ, କନ୍ଧମାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏଥିସହ ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଟକ, ଜଗତସିଂହପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ମୟୂରଭଞ୍ଜ ଓ ନବରଙ୍ଗପୁର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।






More Stories
ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଲେ ସସ୍ମିତ…..
ଆଜିଠୁ ଦ୍ବିତୀୟ ପର୍ଯ୍ୟାୟ ଗଣତି ମଣତି….
ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ଼…..