Report Card Odisha

| Daily Odia News

ପ୍ରେମୀ ଓ ବୁଦ୍ଧିମାନ୍‌ ହୋଇପାରନ୍ତି…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମେଷ: କୁଳପ୍ରଦୀପ ହେବେ। ମନପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପାରିବାରିକ ସ୍ନେହ, ଶ୍ରଦ୍ଧା ରହିବ।

ବୃଷ: ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖ ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ମିଥୁନ: ଈର୍ଷାଳୁ ସ୍ବଭାବର ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ।

କର୍କଟ: ବ୍ୟବସାୟ ଲାଭଜନକ ହେବ। ସେବା ସଂସ୍ଥାରେ ନିୟୋଜିତ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ବନ୍ଧୁମିଳନ ଘଟିପାରେ। ପତ୍ନୀଙ୍କ ଇଙ୍ଗିତରେ ପରିଚାଳିତ ହୋଇପାରନ୍ତି। ଅହଂଭାବକୁ ବିସର୍ଜନ ଦେବେ।
ସିଂହ: ମିତବ୍ୟୟୀ ହୋଇପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ।

କନ୍ୟା: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଲଟେରି ଉଠାଣ ଫଳ ସପକ୍ଷରେ ଯାଇପାରେ।

ତୁଳା: ଉଦାର ପ୍ରକୃତିର ହୋଇପାରନ୍ତି। ଦାନଶୀଳ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହେବେ। ପ୍ରେମୀ ଓ ବୁଦ୍ଧିମାନ୍‌ ହୋଇପାରନ୍ତି।

ବିଛା: ଈଶ୍ବର ବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ସାନଭାଇଙ୍କଠାରୁ ଆଦର ସମ୍ମାନ ମିଳିବ। ସର୍ବତ୍ର ବିଜୟୀ ହେବେ।

ଧନୁ: ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାରଚରିତ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ମକର: ଶ୍ରୀଚନ୍ଦ୍ର ଭୋଗ ହେତୁ ଉପାର୍ଜନ ଆଶାନୁରୂପ ହେବ। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ।

କୁମ୍ଭ: କର୍ମଚଞ୍ଚଳ ରହିବେ। ସାମୟିକ ଭାବେ ଏକାନ୍ତରେ ଧ୍ୟାନମଗ୍ନ ହୋଇପାରନ୍ତି। ଭାଷା ମଧୁର ଓ ବ୍ୟବହାର ପ୍ରେମପୂର୍ଣ୍ଣ ହେବ। ସାହସୀ ଓ ଜ୍ଞାନୀ ହେବେ। ଗୁପ୍ତବିଦ୍ୟାରେ ରୁଚି ରହିବ। ସୁସ୍ଥ ରହିବେ।

ମୀନ: ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅନୁଦାନ ଅର୍ଥପ୍ରାପ୍ତିର ସୁଯୋଗ ଅଛି।

Breaking News