ରିପୋର୍ଟ କାର୍ଡ / ଭୁବନେଶ୍ବର
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୪୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୦୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୩୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆକ୍ରାନ୍ତ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୫ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି | ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୨, ବରଗଡ଼ ଜିଲ୍ଲାରୁ ୩, ଭଦ୍ରକରୁ ୩, ବଲାଙ୍ଗୀରରୁ ୧୧ ଜଣ, କଟକରୁ ୨୭ ଜଣ, ଦେବଗଡ଼ରୁ ୧, ଗଞ୍ଜାମରୁ ୬, ଜଗତସିଂହପୁରରୁ ୫ ଜଣ, ଯାଜପୁରରୁ ୫, ଝାରସୁଗୁଡ଼ାରୁ ୨, କଳାହାଣ୍ଡି ଜିଲ୍ଲାରୁ ୧୧ ଜଣ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୫୫, କୋରାପୁଟରୁ ୪, ମୟୂରଭଞ୍ଜରୁ ୮ ଜଣ, ନବରଙ୍ଗପୁରରୁ ୧୫ ଜଣ, ନୟାଗଡ଼ ଜିଲ୍ଲାରୁ ୧୨ ଜଣ, ନୂଆପଡ଼ାରୁ ୯, ପୁରୀରୁ ୮ ଜଣ, ରାୟଗଡ଼ାରୁ ୪, ସମ୍ବଲପୁରରୁ ୧୭ ଜଣ, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୩୦ ଜଣ ଓ ଷ୍ଟେଟପୁଲରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୨୯, ୭୨୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୧୮, ୭୯୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୬୯୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..