ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ୱରରେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଏୟାରଫିଲ୍ଡ ଥାନା ଭୀମଟାଙ୍ଗୀ ହାଉସିଂ ବୋର୍ଡ କଲୋନୀରୁ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଉଛନ୍ତି ୩୩ ବର୍ଷୀୟ ଅଶୋକ କୁମାର ପ୍ରଧାନ । ସୂଚନା ମୁତାବକ, ଯୁବକ ଜଣକ ଅନେକ ସମୟରେ ଗଞ୍ଜେଇ ଓ ଡ୍ରଗ୍ସ ସେବନ କରୁଥିଲେ। ସେ ଜଣେ ଡ୍ରାଇଭର ଭାବେ କାମ କରନ୍ତି। ବାହାରୁ ଡ୍ରଗ୍ସ ସେବନ କରି ଘରକୁ ଫେରୁଥିଲେ। ତାଙ୍କର ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି। ଏହା ଆତ୍ମହତ୍ୟା ନା ହତ୍ୟା ଜଣା ପଡିନଥିବା ବେଳେ ପୋଲିସ ତଦନ୍ତ ଚଳାଇଛି |






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..