ରିପୋର୍ଟ କାର୍ଡ / ଭୁବନେଶ୍ବର
ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହେବାରେ ଲାଗିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘୁଚାପରେ ପରିଣତ ହେବ | ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆଜିଠାରୁ ବର୍ଷାର ପ୍ରଭାବ ବଢ଼ିବ। ରାଜ୍ୟର ୧୧ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଜିଲ୍ଲାଗୁଡ଼ିକ ହେଲା, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ଖୋର୍ଧା, ନୟାଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ କଟକ। ଏହି ସବୁ ଜିଲ୍ଲାରେ କାଲି ଗୋଟିଏ ଦିନରେ ପାଖାପାଖି ୭୦ରୁ ୨୦୦ମିମି ବର୍ଷା ହେବାର ଆଶଙ୍କା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହା ପ୍ରଭାବରେ ଭୂ-ସ୍ଖଳନ, କଚ୍ଚା ରାସ୍ତା ଓ ଘର ଭାଙ୍ଗିଯିବା, ଚାଷ ଜମିରେ ପାଣି ଜମି ରହିବା ଆଦି ସମସ୍ୟା ସୃଷ୍ଟି ହୋଇପାରେ। ଏଣୁ ସମସ୍ତ ପ୍ରକାର ପରିସ୍ଥିତି ପାଇଁ ପ୍ରସ୍ତୁତ ହୋଇ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି |






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..