ରିପୋର୍ଟ କାର୍ଡ / ଭୁବନେଶ୍ୱର
ଉତ୍ତର ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ ଅବପାତ ରୂପନେଇ ଲଘୁଚାପ ଦୁର୍ବଳ ହୋଇଛି। ମଙ୍ଗଳବାର ଉପକୂଳ ଜିଲ୍ଲା ଗୁଡିକରେ ଆକାଶ ମେଘୁଆ ରହିବା ସହ ବର୍ଷା ହୋଇଛି। ପରବର୍ତ୍ତୀ ଦୁଇଦିନ କାଁ ଭାଁ ବର୍ଷା ହେବାକୁ ଥିବାବେଳେ ୧୮ ସେପ୍ଟେମ୍ବର ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ଟ୍ବିଟ କରି ସୂଚନା ଦେଇଛି। ଏହାର ପ୍ରଭାବ ୨୨ ତାରିଖ ପର୍ଯ୍ୟନ୍ତ ଥିବାବେଳେ ସାରା ରାଜ୍ୟରେ ପ୍ରବଳ ବର୍ଷାର ଆଶଙ୍କା ରହିଥିବା ପାଣିପାଗ ବିଶେଷଜ୍ଞମାନେ ମତ ପ୍ରକାଶ କରିଛନ୍ତି। ଘୂର୍ଣ୍ଣିବଳୟ ସୃଷ୍ଟି ହେବା ପରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷାର ପରିମାଣ ବଢିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ମୟୂରଭଞ୍ଜ, କେନ୍ଦୁଝର ଏବଂ ବାଲେଶ୍ବର ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଦିଆଯାଇଛି। ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ,କନ୍ଧମାଳ, ନୟାଗଡ, କଟକ ଏବଂ ଗଞ୍ଜାମ ଜିଲାର କିଛି ଅଞ୍ଚଳରେ ବଜ୍ରପାତକୁ ଦୃଷ୍ଟିରେ ରଖି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।






More Stories
CMOରୁ ଫାଇଲ୍ ଗାଏବ ମାମଲା; ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ କିରାଣି ଘରେ ଚଢ଼ଉ…..
ସୌମ୍ୟ ହତ୍ୟା ଘଟଣା ; ଚାର୍ଜସିଟ ଦାଖଲ କଲା କ୍ରାଇମବ୍ରାଞ୍ଚ…..
ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି……