ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶାରେ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି ୫ଜି ସେବା । ଏନେଇ ପୁରୀରେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି । ୫ଜି ସେବାରେ ରେଡିଏସନ ପ୍ରଭାବକୁ ଖଣ୍ଡନ କରିଛନ୍ତି ମନ୍ତ୍ରୀ । ରେଡିଏସନ ପ୍ରଭାବ ଆଦୌ ନାହିଁ । ଏହାକୁ ନେଇ ଆଶ୍ୱସ୍ତି ରୁହନ୍ତୁ ବୋଲି ମନ୍ତ୍ରୀ କହିଛନ୍ତି । ସୂଚନାଯୋଗ୍ୟ ଯେ, ଗତ ଅଗଷ୍ଟ ୧ରେ ୫ଜି ସ୍ପେକ୍ଟ୍ରମ ନିଲାମ ଶେଷ ହୋଇଥିଲା । ଏହି ନିଲାମରୁ ସରକାର ମୋଟ ୧ଲକ୍ଷ ୫୦ ହଜାର ୧୭୩ କୋଟି ଟଙ୍କା ପାଇବେ । ୫-ଜି ସ୍ପେକ୍ଟ୍ରମ ନିଲାମରେ ଜିଓ, ଏୟାରଟେଲ ବ୍ୟତୀତ ଭୋଡାଫୋନ ଆଇଡିଆ ଓ ଅଦାନି ଗ୍ରୁପ ମଧ୍ୟ ଅଂଶଗ୍ରହଣ କରିଥିଲା । ଗତ ଅଗଷ୍ଟ ୩ୟ ସପ୍ତାହରେ କେନ୍ଦ୍ର ଟେଲିକମ କମ୍ପାନି ଅଶ୍ବିନୀ ବୈଷ୍ଣବ କହିଥିଲେ ଯେ ଅକ୍ଟୋବର ୧୨ ପୂର୍ବରୁ ଦେଶରେ ୫ଜି ସେବା ଆରମ୍ଭ ହେବ ।






More Stories
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା…..
ଆଜି ରାଜ୍ୟ କ୍ୟାବିନେଟ ବୈଠକ….
୧୦ରେ ରାଜ୍ୟ କ୍ୟାବିନେଟ୍…..