ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ରାଜନୈତିକ ଦଳଙ୍କୁ ମିଳୁଥିବା ନଗଦ ଚାନ୍ଦା ଉପରେ ଅଙ୍କୁଶ ଲଗାଇବାକୁ ନିର୍ବାଚନ ଆୟୋଗ କେନ୍ଦ୍ର ଆଇନ ମନ୍ତ୍ରାଳୟକୁ ଚିଠି ଲେଖିଛନ୍ତି | ନଗଦ ଚାନ୍ଦାର ସୀମା ୨୦ ହଜାର ଟଙ୍କାରୁ କମାଇ ୨ ହଜାର ଟଙ୍କା କରିବାକୁ ପ୍ରସ୍ତାବ ଦେଇଛନ୍ତି । ଏହାର ଉଦ୍ଦେଶ୍ୟ ନିର୍ବାଚନୀ ଚାନ୍ଦାକୁ କଳାଧନ ମୁକ୍ତ କରିବା କୁ ଏଭଳି ପ୍ରସ୍ତାବ ଦିଆଯିଛି | ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାର ଏନେଇ ନେଇ କେନ୍ଦ୍ର ଆଇନ୍ ମନ୍ତ୍ରୀ କିରନ ରିଜୀଜୁଙ୍କୁ ପତ୍ର ଲେଖିଛନ୍ତି । ବର୍ତ୍ତମାନର ନିୟମ ଅନୂଯାୟୀ, ଏହି ଚାନ୍ଦାର ଆକାର ୨୦ ହଜାର ଟଙ୍କା ରହିଛି । ଏହାକୁ କମାଇ ୨ ହଜାର ଟଙ୍କା କରିବାକୁ ନିର୍ବାଚନ କମିଶନ ପ୍ରସ୍ତାବ ଦେଇଛନ୍ତି । ଏହାସହ ଗୋଟିଏ ଦଳକୁ ସର୍ବାଧିକ ମୋଟ୍ କ୍ୟାସ୍ ଡୋନେସନ ୨୦ କୋଟିରେ ସୀମିତ ରଖିବା ପାଇଁ ମଧ୍ୟ ପ୍ରସ୍ତାବ ଦିଆଯାଇଛି ।






More Stories
ଶରିଫ ଉସମାନଙ୍କ ହତ୍ୟା ପଛରେ ୟୁନୁସଙ୍କ ହାତ ଅଭିଯୋଗ……
ବଳାତ୍କାରୀଙ୍କୁ ଜାମିନ,ପୀଡ଼ିତାଙ୍କ ସହ ଅପରାଧୀ ଭଳି ବ୍ୟବହାର…..
ସାନ୍ତାଳୀ ଭାଷାରେ ସମ୍ବିଧାନ ପ୍ରକାଶ…..