ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ସରକାର ଆଇଏଫଏସ ଅଧିକାରୀସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ୧୯୯୪ ବ୍ୟାଚ୍ ଆଇଏଫଏସ୍ କେ.ମୁରୁଗେସେନଙ୍କୁ ରାଜ୍ୟ ପରିବେଶ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି । ସେ ଏବେ ରାଜ୍ୟ ପରିବେଶ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ସଦସ୍ୟ ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ଏଥିସହିତ ସେ ଅତିରିକ୍ତ ଭାବେ ପରିବେଶ ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇବେ । ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୧୯୭୯ ବ୍ୟାଚ୍ ଆଇଏଫଏସ ସୁଶାନ୍ତ ନନ୍ଦଙ୍କୁ ପରିବେଶ ନିର୍ଦ୍ଦେଶକ ପଦରୁ ହଟାଇ ପିସିସିଏଫ୍(ନୋଡାଲ) ଭାବେ ଅବସ୍ଥାପିତ କରାଯାଇଛି । ସେ ଚିଲିକା ଉନ୍ନୟନ ପ୍ରାଧିକରଣର କାର୍ଯ୍ୟନିର୍ବାହୀ ଅଧିକାରୀ ଓ ଆଇଜିଜେଏମପି ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ । ସେହିପରି ଖଣି ନିର୍ଦ୍ଦେଶକ ତଥା ୨୦୦୧ ଆଇଏଫଏସ ଜି.ରାଜେଶ ଅତିରିକ୍ତ ଭାବେ ଓଏମବିଏଡିସି କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଦାୟିତ୍ୱ ତୁଲାଇବେ ।






More Stories
ଶପଥ ନେଲେ ତାରିକ ରହମାନ…..
ନାବାଳିକାକୁ ଦୁଷ୍କର୍ମ ଓ ପ୍ରସବ ଘଟଣା:ସିଲ୍ ହେବ ନର୍ସିଂହୋମ୍…..
ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ…..