ରିପୋର୍ଟ କାର୍ଡ / କଟକ
ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍ ମାମଲାରେ ବ୍ୟବସ୍ଥା ନଥାଇ ଡେଡ୍ ଲାଇନ୍କୁ ନାପସନ୍ଦ କରିଛନ୍ତି ହାଇକୋର୍ଟ । ମାନ୍ୟବର କୋର୍ଟ କହିଛନ୍ତି ଯେ, ରାଜ୍ୟର ସମସ୍ତ ଲୋକଙ୍କ ପାଖରେ ଅନ୍ଲାଇନ୍ ବ୍ୟବସ୍ଥା ନାହିଁ । HSRP ରେ ବୁକ କରିବା ସମ୍ଭବ ମଧ୍ୟ ହେଉନାହିଁ। ଏଥିପାଇଁ କଣ ବିକଳ୍ପ ବ୍ୟବସ୍ଥା କରାଯିବ । ସେନେଇ ହାଇକୋର୍ଟଙ୍କୁ ଅବଗତ କରାଇବାକୁ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ୩୦ରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ । ସୂଚନାଯୋଗ୍ୟ ଯେ, ହାଇ ସିକ୍ୟୁରିଟି ନମ୍ବର ପ୍ଲେଟକୁ ନେଇ ନୂଆ ନିୟମ ଆଣିଥିଲା ପରିବହନ ବିଭାଗ । ଧାର୍ଯ୍ୟ ତାରିଖ ସୁଦ୍ଧା ବୁକିଂ କରିଥିଲେ ଫାଇନ୍ ଦେବାରୁ ଚାଳକ ବର୍ତ୍ତିବେ । ଚେକିଂ ବେଳେ ଅନଲାଇନ ବୁକିଂ ସ୍ଲିପ୍ ଦେଖାଇଲେ ଚାଳକଙ୍କୁ ଆଉ ଫାଇନ ଦେବାକୁ ପଡ଼ିବନାହିଁ ବୋଲି ବିଭାଗ ପକ୍ଷରୁ କୁହାଯାଇଛି | ୧ କିମ୍ବା ୨ରେ ସରୁଥିବା ନମ୍ବର ପାଇଁ ଡେଡଲାଇନ ୩୦ ସେପ୍ଟେମ୍ବରକୁ ବୃଦ୍ଧି କରାଯାଇଛି । ଅର୍ଥାତ ସେପ୍ଟେମ୍ବର ୩୦ ପୂର୍ବରୁ ରେଜିଷ୍ଟ୍ରେସନ କରିବାକୁ ପଡିବ । ସେହିଭଳି ୩ ଓ ୪ ସରୁଥିବା ନମ୍ବର ପାଇଁ ଡେଡଲାଇନ ହେଉଛି ୩୦ ସେପ୍ଟେମ୍ବର । ୫ ଓ ୬ ସରୁଥିବା ନମ୍ବର ପାଇଁ ଡେଡଲାଇନ ଅକ୍ଟୋବର ୩୧ ଏବଂ ୭ ଓ ୮ ସରୁଥିବା ନମ୍ବର ପାଇଁ ଡେଡଲାଇନ ନଭେମ୍ବର ୩୦ । ୯ ଏବଂ ୦ ସରୁଥିବା ନମ୍ବର ପାଇଁ ଡେଡଲାଇନ ଡିସେମ୍ବର ୩୧ ରଖାଯାଇଛି ।






More Stories
ବିଧାୟକଙ୍କୁ ହତ୍ୟା ଧମକ…..
ଏସ୍ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ଗିରଫ……
ବିଦେଶୀ ପ୍ରତିନିଧିଙ୍କ ଠାରୁ ବିରୋଧୀ ଦଳଙ୍କୁ ଦୂରେଇ ରଖାଯାଉଛି,ପୁରୁଣା ପରମ୍ପରା ଭାଙ୍ଗିଦେଉଛନ୍ତି……