Report Card Odisha

| Daily Odia News

ଆଜି ଓଡିଶା ଆସୁଛନ୍ତି ଜେପି ନଡ୍ଡା…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଜିଠାରୁ ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା | ଦିନ ପ୍ରାୟ ୧୦ଟାରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ରୋଡ୍‌ ସୋ’ କରି ଜନତା ମଇଦାନ ଯିବେ । ମଧ୍ୟାହ୍ନ ୧୨ଟା ୧୫ରେ ଜନତା ମଇଦାନରେ ପହଞ୍ଚି ନଡ୍ଡା ବିଶାଳ ସମାବେଶ କରିବେ । ଆୟୋଜିତ ହେବାକୁ ଥିବା ଶକ୍ତିକେନ୍ଦ୍ର କାର୍ଯ୍ୟକର୍ତ୍ତା ସମାବେଶରେ ସେ ଉଦ୍‌ବୋଧନ ରଖିବେ ।ସେହିପରି ସମାବେଶ ପରେ ବିଜେପି ରାଜ୍ୟ ମୁଖ୍ୟାଳୟରେ କୋର୍‌ କମିଟି ବୈଠକ ବସିବ । ଦଳୀୟ ପଦାଧିକାରୀଙ୍କୁ ସେ ମନ୍ତ୍ର ଦେବେ । ସନ୍ଧ୍ୟାରେ ନଡ୍ଡା ପୁରୀ ଅଭିମୁଖେ ବାହାରିବେ । ଅଠରନଳା ଛକ ପାଖରେ ଦଳୀୟ କାର୍ଯ୍ୟକର୍ତ୍ତା ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦେବେ । ପୁରୀରେ ରାତି ରହଣୀ ପରେ ସକାଳୁ ଭଦ୍ରକ ଧାମନଗର ଯିବେ । ସେଠାରେ ଦିବଂଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପରିବାର ଲୋକଙ୍କୁ ଭେଟିବେ । ସେଠାରୁ ଫେରି କଟକ ଜିଲ୍ଲା ଓଲଟପୁରସ୍ଥିତ ସ୍ବାମୀ ବିବେକାନନ୍ଦ ଜାତୀୟ ପୁନର୍ବାସ ପ୍ରଶିକ୍ଷଣ ଏବଂ ଗବେଷଣା ସଂସ୍ଥାନ ଠାରେ ଆସନ୍ତା ୩୦ ତାରିଖ ଦିନ ୧୦୦ ଶଯ୍ୟା ବିଶିଷ୍ଟ ଏକ ଚିକିତ୍ସାଳୟ ଉଦଘାଟିତ ହେବ। ସାଂସଦ ଶ୍ରୀ ଜେ.ପି. ନଡ୍ଡା ଏହି ପୁନର୍ବାସ ଚିକିତ୍ସାଳୟକୁ ଉଦଘାଟନ କରିବେ। ଏହି ଅବସରରେ କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରୀ ଡକ୍ଟର ବୀରେନ୍ଦ୍ର କୁମାର, କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ରେଳ, ସୂଚନା ପ୍ରଯୁକ୍ତି ଓ ଯୋଗାଯୋଗ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଓ ପଦାଧିକାରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

Breaking News