Report Card Odisha

| Daily Odia News

ପୂର୍ବତନ ସାଂସଦ ଜୟନ୍ତୀ ପଟ୍ଟନାୟକଙ୍କର ପରଲୋକ, ଆଜି ଶେଷକୃତ୍ୟ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ପୂର୍ବତନ ସାଂସଦ ଜୟନ୍ତୀ ପଟ୍ଟନାୟକଙ୍କର ପରଲୋକ ଘଟିଛି । ଏନେଇ ସୂଚନା ଦେଇଛନ୍ତି ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ। ଏକ ଘରୋଇ ହସ୍ପିଟାଲରେ ୯୦ ବର୍ଷ ବୟସରେ ଜୟନ୍ତୀଙ୍କର ପରଲୋକ ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ପଟ୍ଟନାୟକଙ୍କ ପତ୍ନୀ ହେଉଛନ୍ତି ଜୟନ୍ତୀ। ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ସେ ଜାତୀୟ ମହିଳା କମିଶନର ପ୍ରଥମ ଅଧ୍ୟକ୍ଷା ହୋଇଥିଲେ। ବ୍ରହ୍ମପୁର ଓ କଟକ ଲୋକସଭା ଆସନରୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ। ସେ ବିଜେଡି ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ଶାଶୁ। ତାଙ୍କ ବିୟୋଗରେ ବହୁ ବିଶିଷ୍ଟ ଲୋକମାନେ ଶୋକ ପ୍ରକାଶ କରିଛନ୍ତି। ଆଜି ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କ ଶେଷକୃତ୍ୟ କରାଯିବ।

Breaking News