ରିପୋର୍ଟ କାର୍ଡ / କଟକ
ଓଡିଶା ହାଇକୋର୍ଟରେ ଦୁର୍ଗାପୂଜା ଅବକାଶ ଆରମ୍ଭ ହୋଇଛି। ଅକ୍ଟୋବର ୧ରୁ ପୂଜା ଅବକାଶ ଆରମ୍ଭ ହେଉଥିବା ବେଳେ ଅକ୍ଟୋବର ୧୦ରେ କୋର୍ଟ ଖୋଲିବ। ଦୁର୍ଗାପୂଜା ଅବକାଶ ସମୟରେ ଡକ୍ଟର ଜଷ୍ଟିସ ବି.ଆର.ଷଡଙ୍ଗୀ ଅବକାଶକାଳୀନ ବିଚାରପତି ରହିବେ। ଅକ୍ଟୋବର ୧, ୬ ଓ ୭ ତାରିଖରେ ହାଇକୋର୍ଟ କାର୍ଯ୍ୟାଳୟ ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ଖୋଲା ରହିବ। କାର୍ଯ୍ୟ ଦିବସରେ ଦିନ ୧୧ଟାରୁ ୧୨ଟା ମଧ୍ୟରେ ନୂଆ ଜରୁରୀ ମାମଲା ପଞ୍ଜୀକରଣ ପାଇଁ ଗ୍ରହଣ କରାଯିବ ବୋଲି ହାଇକୋର୍ଟ ରେଜିଷ୍ଟ୍ରି ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।






More Stories
ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ…..
୧୬ରେ ରାଜ୍ୟସଭା ନିର୍ବାଚନ…..
ବଜେଟ ଅଧିବେଶନର ଦ୍ୱିତୀୟ ଦିନ: ଉଠିବ ଚାଷୀ ପ୍ରସଙ୍ଗ…..