ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶରେ ୫-ଜି ସେବା ଉଦ୍ଘାଟନ କରିଛନ୍ତି । ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଆୟୋଜିତ ଇଣ୍ଡିଆ ମୋବାଇଲ କଂଗ୍ରେସରେ ପ୍ରଧାନମନ୍ତ୍ରୀ ମୋଦି ଏହାର ଶୁଭ ଉଦଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମ ଅକ୍ଟୋବର ୪ ପର୍ଯ୍ୟନ୍ତ ଚାଲିବ। ପ୍ରଥମ ପର୍ଯ୍ୟାୟରେ ଏହା ୧୩ଟି ସହରରେ ଆରମ୍ଭ ହୋଇଛି। ଅହମ୍ମଦାବାଦ, ବେଙ୍ଗାଲୁରୁ, ଚଣ୍ଡିଗଡ, ଗାନ୍ଧିନଗର, ଗୁରୁଗ୍ରାମ, ହାଇଦ୍ରାବାଦ, ଜାମନଗର, କୋଲକତା, ଚେନ୍ନାଇ, ଲକ୍ଷ୍ମୌ, ପୁନେ, ଦିଲ୍ଲୀ ଓ ମୁମ୍ବାଇରେ 5G ସେବା ଆରମ୍ଭ ହୋଇଛି। ଏୟାରଟେଲ ପକ୍ଷରୁ ବାରାଣସୀ ଓ ଜିଓ ପକ୍ଷରୁ ଅହମ୍ମଦାବାଦରେ 5G ନେଟୱର୍କ ସେବା ଆରମ୍ଭ ହେବ। ୨୦୩୦ ସୁଦ୍ଧା ଏହି ସେବା ଧୀରେ ଧୀରେ ସମଗ୍ର ଦେଶରେ ଆରମ୍ଭ ବୋଲି ଆଶା କରାଯାଉଛି। ଆଜିର ଏହି 5G ଶୁଭାରମ୍ଭ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ବିଶିଷ୍ଟ ଶିଳ୍ପପତୀ ମୁକେଶ ଅମ୍ୱାନୀ ଓ ପୁଅ ଆକାଶ ଅମ୍ୱାନୀ ପ୍ରମୁଖ ସାମିଲ ହୋଇଥିଲେ। ପ୍ରଥମେ ମେଟ୍ରୋ ସହରରେ ଏହି ସେବା ଆରମ୍ଭ ହେବ। ପରେ ପର୍ଯ୍ୟାୟ କ୍ରମେ ଧୀରେ ଧୀରେ ଏହା ଅନ୍ୟ ସହରରେ ଆରମ୍ଭ କରାଯିବ। ଫାଇଭ ଜି ସେବା ଫୋର୍-ଜିଠୁ ୧୦ ଗୁଣା ସ୍ପିଡ୍ ସେବା ଦେବା। ଆବଶ୍ୟକ ସ୍ଥଳେ ଏହି ସ୍ପିଡ ୧୦୦ ଗୁଣା ଯାଏଁ ବଢିପାରିବ। ୟୁଜର୍ସଙ୍କ ପାଇଁ ଡାଉନଲୋଡ୍ ସ୍ପିଡ ବଢ଼ାଇବ ୫ଜି।






More Stories
ଅନିଲଙ୍କ ସମ୍ପତ୍ତି ବାଜ୍ୟାପ୍ତ କଲା ED, ରହିଛି ଭୁବନେଶ୍ୱର ଲିଙ୍କ୍…..
ତୁରନ୍ତ ରୋକନ୍ତୁ ଏସଆଇଆର୍…..
ଶପଥ ସମାରୋହରେ ଗାମୁଛା ଉଡ଼ାଇଲେ ମୋଦି…..