ରିପୋର୍ଟ କାର୍ଡ / କଟକ
ORHDC ଦୁର୍ନୀତି ମାମଲାରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି କଟକ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍ । ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ବିରୋଧରେ ମୋକିମ୍ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି । ORHDC ଦୁର୍ନୀତି ମାମଲାରେ ବିଧାୟକ ମହମ୍ମଦ ମୋକିମ୍ ଦୋଷୀ ସାବ୍ୟସ୍ତ ହୋଇଥିବାରୁ ତାଙ୍କର ବିଧାୟକ ପଦ ରଦ୍ଦ ହେବାର ଆଶଙ୍କା ରହିଛି । ହାଇକୋର୍ଟରୁ ରହିତାଦେଶ ମିଳିଲେ ସେ ବିଧାୟକ ପଦ ବଜାୟ ରଖିପାରିବେ। ସୂଚନାଯୋଗ୍ୟ ଯେ, ORHDC ଦୁର୍ନୀତି ମାମଲାରେ ଦଣ୍ଡାଦେଶ ଶୁଣାଇଥିଲେ ଭିଜିଲାନ୍ସ କୋର୍ଟ । କଟକ ସଦର ବିଧାୟକ ତଥା ମେଟ୍ରୋ ବିଲ୍ଡର୍ସର ପରିଚାଳନା ନିର୍ଦ୍ଦେଶକ ମହମ୍ମଦ ମୋକିମ୍ଙ୍କୁ ୩ ବର୍ଷ ଜେଲ୍ ଦଣ୍ଡ ଶୁଣାଇଛନ୍ତି କେର୍ଟ । ମୋକିମ୍ମଙ୍କ ସହିତ ଅନ୍ୟ ୩ ଜଣଙ୍କୁ ମଧ୍ୟ ଜେଲ୍ ଦଣ୍ଡ ଶୁଣାଇଛନ୍ତି କୋର୍ଟ । ପୂର୍ବତନ ଆଇଏଏସ୍ ବିନୋଦ କୁମାରଙ୍କୁ ମଧ୍ୟ ଜେଲ୍ ଦଣ୍ଡ ମିଳିଥିବା ବେଳେ ମେଟ୍ରୋ ବିଲ୍ଡରର ନିର୍ଦ୍ଦେଶକ ପିୟୂଷ ମହାନ୍ତି ଏବଂ କମ୍ପାନୀ ସେକ୍ରେଟାରୀ ସ୍ୱସ୍ତି ରଞ୍ଜନ ମହାପାତ୍ରଙ୍କୁ ୩ ବର୍ଷ ଲେଖାଏଁ ଦଣ୍ଡାଦେଶ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ଏଥିସହିତ ପ୍ରତ୍ୟେକଙ୍କୁ ୫୦ ହଜାର ଲେଖାଏଁ ଜରିମାନା କରିଛନ୍ତି କୋର୍ଟ ।






More Stories
କଂଗ୍ରେସ ଛାଡିଲେ ଜୟରାମ…..
ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ…..
୧୬ରେ ରାଜ୍ୟସଭା ନିର୍ବାଚନ…..