ରିପୋର୍ଟ କାର୍ଡ / ବୌଦ୍ଧ
ବିଦ୍ୟୁତ ଆଘାତରେ ଗୋଟିଏ ପରିବାରର ତିନିଜଣଙ୍କର ମୃତ୍ୟୁ ହୋଇଛି | ଏଭଳି ଦୁଖଦ ଘଟଣା ସାମ୍ନାକୁ ଆସିଛି ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଧଳପୁର ପଞ୍ଚାୟତ ଅନ୍ତର୍ଗତ ଜବଲପୁର ଗ୍ରାମରୁ | ମିଳିଥିବା ସୂଚନା ଅନୁସାରେ- ଆଜି ସକାଳ ସମୟରେ ସୁଶୀଲ ବେହେରା, ସୁକାନ୍ତି ବେହେରା,ସୋହନ ବେହେରା ଶୋଇଥିବା ବେଳେ କୌଣସି କାରଣରୁ ବିଦ୍ୟୁତ ସଂସ୍ପର୍ଶରେ ଆସି ଥିଲେ | ଏହା ପରେ ପରିବାରର ଲୋକେ ୧୦୮ ଆମ୍ବୁଲାନ୍ସ ଯୋଗେ ତିନିଜଣଙ୍କୁ ପୁରୁଣାକଟକ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ତେବେ ମେଡ଼ିକାଲ ପହଞ୍ଚିବା ପୂର୍ବରୁ ସେମାନଙ୍କ ମୃତ୍ୟୁ ହୋଇଯାଇଥିବା ଡାକ୍ତର ସୂଚନା ଦେଇଛନ୍ତି । ଘଟଣାସ୍ଥଳରେ ହରଭଙ୍ଗା ପୋଲିସ ପହଞ୍ଚି ତଦନ୍ତ କରୁଥିବା ସୂଚନା ମିଳିଛି ।






More Stories
ବିଜେଡିକୁ ବାହୁଡ଼ିବେ ଅରବିନ୍ଦ!…..
ରାଜଧାନୀରେ ଯୁବତୀଙ୍କୁ ଅପହରଣ : ଜଣେ ଗିରଫ…..
ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ…..