ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୂଜା ମଉଜ ଫିକା କରିଦେଲା ବର୍ଷା | ଲଘୁଚାପ ପ୍ରଭାବରେ ଗତକାଲିଠୁ ରାଜ୍ୟ ଅନେକ ସ୍ଥାନରେ ବର୍ଷା ଲାଗି ରହିଛି। ଆଜି ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଦଶାହରା ବୁଲା ମଧ୍ୟ ଫିକା ପଡ଼ିବ। ୧୨ ଜିଲ୍ଲା ପାଇଁ ଭୁନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସବୁ ଜିଲ୍ଲା ଗୁଡ଼ିକୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲିଠୁ ରାଜ୍ୟରେ ବର୍ଷାର ପରିମାଣ କମିବ। ହେଲେ ୭ଟି ଜିଲ୍ଲାରେ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଏହି ଜିଲ୍ଲା ଗୁଡ଼ିକୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀ।






More Stories
କଂଗ୍ରେସ ଛାଡିଲେ ଜୟରାମ…..
ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ…..
୧୬ରେ ରାଜ୍ୟସଭା ନିର୍ବାଚନ…..