Report Card Odisha

| Daily Odia News

ମୋକିମ୍‌ ଙ୍କୁ ମିଳିଲା ଜାମିନ…..

ରିପୋର୍ଟ କାର୍ଡ / କଟକ

ଭିଜିଲାନ୍ସ କୋର୍ଟ ଦ୍ୱାରା କଟକ ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କୁ ଦଣ୍ଡାଦେଶ ହୋଇଥିଲା। ଏହାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟର ଦ୍ୱାରସ୍ଥ ହୋଇଥିଲେ ମୋକିମ | ଆଜି ମୋକିମଙ୍କୁ ଜାମିନଙ୍କୁ ମଞ୍ଜୁର କରିଛନ୍ତି ହାଇକୋର୍ଟ |ଆସନ୍ତା ୧୩ ତାରିଖରେ ହେବ ମାମଲାର ପରବର୍ତ୍ତୀ ଶୁଣାଣି । ଖବର ଅନୁଯାୟୀ, ORHDC ଦୁର୍ନୀତି ମାମଲାରେ ଦଣ୍ଡାଦେଶ ଶୁଣାଇଥିଲେ ଭିଜିଲାନ୍ସ କୋର୍ଟ । କଟକ ସଦର ବିଧାୟକ ତଥା ମେଟ୍ରୋ ବିଲ୍ଡର୍ସର ପରିଚାଳନା ନିର୍ଦ୍ଦେଶକ ମହମ୍ମଦ ମୋକିମ୍‌ଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡ ଶୁଣାଇଥିଲେ କେର୍ଟ । ମୋକିମ୍ମଙ୍କ ସହିତ ଅନ୍ୟ ୩ ଜଣଙ୍କୁ ମଧ୍ୟ ଜେଲ୍‌ ଦଣ୍ଡ ଶୁଣାଇଥିଲେ କୋର୍ଟ । ପୂର୍ବତନ ଆଇଏଏସ୍‌ ବିନୋଦ କୁମାରଙ୍କୁ ଜେଲ୍‌ ଦଣ୍ଡ ମିଳିଥିବା ବେଳେ ମେଟ୍ରୋ ବିଲ୍ଡରର ନିର୍ଦ୍ଦେଶକ ପିୟୂଷ ମହାନ୍ତି ଏବଂ କମ୍ପାନୀ ସେକ୍ରେଟାରୀ ସ୍ୱସ୍ତି ରଞ୍ଜନ ମହାପାତ୍ରଙ୍କୁ ୩ ବର୍ଷ ଲେଖାଏଁ ଦଣ୍ଡାଦେଶ ନିର୍ଦ୍ଦେଶ ଦେଇଥିଲେ କୋର୍ଟ । ଏଥିସହିତ ପ୍ରତ୍ୟେକଙ୍କୁ ୫୦ ହଜାର ଲେଖାଏଁ ଜରିମାନା କରିଥିଲେ କୋର୍ଟ । ଏବେ ତଳ କୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଜାମିନ ଆବେଦନ କରିଥିଲେ ମହମ୍ମଦ ମୋକିମ୍‌ । ଯାହାର ଶୁଣାଣି କରି ମାନ୍ୟବର ହାଇକୋର୍ଟ ମୋକିମଙ୍କୁ ଜାମିନ ପ୍ରଦାନ କରିଛନ୍ତି । ୧ଲକ୍ଷ ଟଙ୍କା ଓ ଦୁଇ ଜଣ ଜାମିନଦାର ଵଦଳରେ ଜାମିନ ଦେଇଛନ୍ତି କୋର୍ଟ । ଏହାସହିତ ପ୍ରତିପକ୍ଷ ଜବାବ ରଖିବାକୁ ସମୟ ମାଗିଛନ୍ତି । ଆସନ୍ତା ୧୩ ତାରିଖରେ ହାଇକୋର୍ଟରେ ହେବ ମାମଲାର ପରଵର୍ତ୍ତୀ ଶୁଣାଣି ।

Breaking News