ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ହିଜାବ ପ୍ରସଙ୍ଗରେ କର୍ଣ୍ଣାଟକ ହାଇକୋର୍ଟଙ୍କ ରାୟ ବିରୋଧରେ ସୁପ୍ରିମ୍କୋର୍ଟରେ ଯେଉଁ ଆବେଦନ କରାଯାଇଥିଲା ତାହାର ଶୁଣାଣି ହୋଇଛି | ୨ ଜଣିଆ ଖଣ୍ଡପୀଠଙ୍କ ଭିନ୍ନ ମତ ହେତୁ ମାମଲା ବଡ ବେଞ୍ଚକୁ ଯାଇଛି। ସୁପ୍ରିମକୋର୍ଟଙ୍କ ତିନି ଜଣିଆ ଖଣ୍ଡପୀଠକୁ ଏହି ମାମଲା ହସ୍ତାନ୍ତର କରାଯାଇଛି। ବର୍ତ୍ତମାନ ସର୍ବସମ୍ମତି କ୍ରମେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଏହା ଉପରେ ନିଷ୍ପତ୍ତି ନେବେ। ଗୁରୁବାର ଦିନ ଜଷ୍ଟିସ ହେମନ୍ତ ଗୁପ୍ତା ତାଙ୍କ ରାୟ ଦେବାବେଳେ କର୍ଣ୍ଣାଟକ ସରକାରଙ୍କ ତରଫରୁ ହିଜାବ ନିଷେଧାଦେଶ ଜାରି କରି ବିରୋଧକାରୀଙ୍କ ଆବେଦନକୁ ଖାରଜ କରିଦେଇଛନ୍ତି। ଏଥିସହିତ ଜଷ୍ଟିସ୍ ଧୁଲିଆ କର୍ଣ୍ଣାଟକ ସରକାରଙ୍କ ହିଜାବକୁ ନିଷିଦ୍ଧ କରିବା ନିଷ୍ପତ୍ତିକୁ ଭୁଲ ବୋଲି କହିଥିଲେ । ଏଭଳି ସ୍ଥିତିରେ ଦୁଇ ବିଚାରପତିଙ୍କ ଭିନ୍ନ ନିଷ୍ପତ୍ତି ଯୋଗୁଁ ମାମାଲାର ଶୁଣାଣି ହୋଇପାରିନି।






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..