ରିପୋର୍ଟ କାର୍ଡ / କଟକ
ମହମ୍ମଦ ମୋକିମଙ୍କ ଭିଜିଲାନ୍ସ କୋର୍ଟରେ ଦୋଷୀ ସାବ୍ୟସ୍ତ ପ୍ରସଙ୍ଗରେ ହାଇକୋର୍ଟ ଆଜି ଶୁଣାଣି କରିଛନ୍ତି। ହାଇକୋର୍ଟ ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଛନ୍ତି। ସୂଚନାଯୋଗ୍ୟ, ଗତମାସ ୨୯ ତାରିଖରେ ଓଡ଼ିଶା ରୁରାଲ ହାଉସିଂ ଡେଭଲପମେଣ୍ଟ କର୍ପୋରେସନ (ଓଆରଏଚ୍ଡିସି) ଦୁର୍ନୀତି ମାମଲାରେ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଗୁରୁତ୍ବପୂର୍ଣ୍ଣ ଶୁଣାଣି ହୋଇଥିଲା। ଭୁବନେଶ୍ବରସ୍ଥିତ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟର ଜଜ ସତ୍ୟନାରାୟଣ ଷଡ଼ଙ୍ଗୀ ଏହି ମାମଲାର ବିଚାର କରି ଓଆରଏଚଡିସିର ତତ୍କାଳୀନ ଅଧ୍ୟକ୍ଷ ଆଇଏଏସ୍ ଅଧିକାରୀ ବିନୋଦ କୁମାର ଓ ମେଟ୍ରୋ ବିଲଡର୍ସର ପରିଚାଳନା ନିର୍ଦ୍ଦେଶକ ତଥା ବିଧାୟକ ମହମ୍ମଦ ମୋକିମଙ୍କୁ ୩ ବର୍ଷ ଲେଖାଏଁ ଜେଲଦଣ୍ଡ ଶୁଣାଇଥିଲେ। ଏଥି ସହିତ ଓଆରଏଚ୍ଡିସି କଂପାନି ସେକ୍ରେଟାରି ସ୍ବସ୍ତି ରଂଜନ ମହାପାତ୍ରଙ୍କୁ ମଧ୍ୟ ୩ ବର୍ଷ ଜେଲଦଣ୍ଡ ହୋଇଥିଲା। ମେଟ୍ରୋ ବିଲଡର୍ସର ନିର୍ଦ୍ଦେଶକ ପୀୟୁଷଧାରୀ ମହାନ୍ତିଙ୍କୁ ମଧ୍ୟ ଋଣ ଜାଲିଆତି ମାମଲାରେ ଦୋଷୀ ସାବ୍ୟସ୍ତ କରି ୩ ବର୍ଷ ଜେଲ ଦଣ୍ଡ ହୋଇଥିଲା। ସମସ୍ତ ୪ ଦୋଷୀଙ୍କୁ ଜେଲ୍ ସହ ୫୦ ହଜାର ଟଙ୍କା ଲେଖାଏଁ ଜରିମାନା ଦାଖଲ କରିବା ପାଇଁ ଭିଜିଲାନ୍ସ କୋର୍ଟ ନିର୍ଦ୍ଦେଶ ଦେଇଥିଲେ।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..