ରିପୋର୍ଟ କାର୍ଡ / ଭୁବନେଶ୍ୱର
ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ବାତ୍ୟା । ଆଜି ଏସମ୍ପର୍କରେ ଟ୍ୱିଟ୍ କରି ସୂଚନା ଦେଇଛି ପାଣିପାଗ ବିଭାଗ । ବଙ୍ଗୋପସାଗରରେ ଘର୍ଣ୍ଣିବଳୟ ରୂପ ନେବା ପରେ ଏହା ଲଘୁଚାପ ଓ ପରେ ଅବପାତରେ ପରିଣତ ହୋଇପାରେ । ଅବପାତ ଘନୀଭୂତ ହୋଇ ବାତ୍ୟା ରୂପ ନେବା ସମ୍ଭାବନା ଥିବା ଆକଳନ କରିଛି ପାଣିପାଗ ବିଭାଗ । ଆସନ୍ତା ୪୮ ଘଣ୍ଟାରେ ଏହା ଲଘୁଚାପରେ ପରିଣତ ହେବ । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣବଳୟ ଉତ୍ତର-ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ବାୟୁମଣ୍ଡଳରେ ୫.୮ କିମି ଯାଏ ବ୍ୟାପିଛି। ଏହା ଲଘୁଚାପରେ ପରିଣତ ହେବା ସହ ଓ ପରେ ୨୨ ତାରିଖ ବେଳକୁ ଅବପାତ ହେବା ସମ୍ଭାବନା ରହିଛି। ଅବପାତ ଘନୀଭୂତ ହୋଇ ବାତ୍ୟା ରୂପ ନେବା ସମ୍ଭାବନା ରହିଛି। ତେବେ ବାତ୍ୟା ହେଲେ ତାହା କେଉଁଠି ଲ୍ୟାଣ୍ଡଫଲ୍ କରିବ, ସେ ସମୟରେ ପବନର ବେଗ କେତେ ରହିବ ଏନେଇ କିଛି ସ୍ପଷ୍ଟ ସୂଚନା ମିଳିପାରିନି। ଓଡ଼ିଶାବାସୀଙ୍କ ମନରେ ବାତ୍ୟା ଛନକା ବଢ଼ିଛି | ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି। ଏଥିନିମନ୍ତେ ଆଜି ଅପରାହ୍ନ ୪ଟାରେ ଉଚ୍ଚସ୍ତରୀୟ ବୈଠକ ବସିବ । SRC ଦାୟିତ୍ୱରେ ଥିବା ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ହେବ ବୈଠକ । SRC ଦାୟିତ୍ୱରେ ଥିବା ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ହେବ ବୈଠକ । ପୂର୍ବ ପ୍ରସ୍ତୁତି ନେଇ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା ହେବ ।






More Stories
ଖୁବ୍ଶୀଘ୍ର ହିତାଧିକାରୀଙ୍କୁ ମିଳିବ ଭତ୍ତା…..
କମିବ ପେଟ୍ରୋଲ,ଡିଜେଲ ଦର…..
ଚାମେଲି ଓଝାଙ୍କୁ ମିଳିଲା ଜାମିନ…..