ରିପୋର୍ଟ କାର୍ଡ / ସୁନ୍ଦରଗଡ଼
ସୁନ୍ଦରଗଡ଼ ଜିଲ୍ଲା କୋଇଡା ଥାନା ଅନ୍ତର୍ଗତ ତୋଡା ବ୍ରିଜରେ ଏକ ଟ୍ରକ୍ ଭାରସାମ୍ୟ ହରାଇ ୫୦ଫୁଟ୍ ତଳକୁ ଖସି ପଡିଛି |ଦୁର୍ଘଟଣାରେ ଟ୍ରକ୍ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ରାଉରକେଲା ସରକାରୀ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଉକ୍ତ ଡ୍ରାଇଭରଙ୍କ ପରିଚୟ ମିଳିନାହିଁ। ସୂଚନା ଅନୁସାରେ ଆଜି ଭୋର ସମୟରେ ଟ୍ରକ୍ଟି କୋଇଡ଼ାରୁ ଖଣିଜ ପଦାର୍ଥ ନେଇ ରାଉରକେଲା ଅଭିମୁଖେ ଯାଉଥିଲା। ଏହି ସମୟରେ ତୋଡ଼ା ବ୍ରିଜ ନିକଟରେ ଟ୍ରକ୍ଟି ଭାରସାମ୍ୟ ହରାଇ ବ୍ରିଜର ୫୦ଫୁଟ୍କୁ ତଳକୁ ଖସି ପଡ଼ିଥିଲା। ଡ୍ରାଇଭର ଟ୍ରକ୍ ତଳେ ଚାପି ହୋଇଯାଇଥିଲେ। ସ୍ଥାନୀୟ ଲୋକ ଓ ପୋଲିସ ତାଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।






More Stories
ଓଡଗାଁ ହତ୍ୟା ଘଟଣାରେ ୪ ଗିରଫ……
ବଦଳିଲେ ଆଇଆଇସି,୪ ପୋଲିସ ସସ୍ପେଣ୍ଡ୍…..
ବାଲିଅନ୍ତା ହତ୍ୟା ଘଟଣାର ହେବ କ୍ରାଇମବ୍ରାଞ୍ଚ ତଦନ୍ତ…..