Report Card Odisha

| Daily Odia News

ଯୁବପିଢ଼ିଙ୍କୁ ଉପହାର ଦେବେ ପ୍ରଧାନମନ୍ତ୍ରୀ ମୋଦୀ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଦୀପାବଳିରେ ଯୁବପିଢ଼ିଙ୍କୁ ଭେଟି ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଦେଶବ୍ୟାପି ୭୫,୦୦୦ ନିଯୁକ୍ତି ଆଶାୟୀଙ୍କୁ ଚାକିରୀ ଦେବେ ମୋଦୀ ସରକାର। ଶନିବାର ଏ ସମ୍ପର୍କରେ ଭର୍ଚୁଆଲ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଯୁବପିଢ଼ିଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଦୀପାବଳି ପୂର୍ବରୁ ମୋଦୀ ଏହି ଆଲୋଚନା କରିବେ ବୋଲି ଜଣାପଡ଼ିଛି। ଏହି ଅବସରରେ ଦେଶର ପ୍ରାୟ ୭୫,୦୦୦ ଯୁବପିଢ଼ିଙ୍କୁ ଅଫର ଲେଟର ପ୍ରଦାନ କରାଯିବ। କେନ୍ଦ୍ରସରକାରଙ୍କ ବିଭିନ୍ନ ବିଭାଗରେ ଖାଲି ପଡ଼ିଥିବା ପଦୀରେ ଏହି ନଯୁକ୍ତି ମିଳିବ। ମୁଖ୍ୟତଃ ପ୍ରତିରକ୍ଷା ମନ୍ତ୍ରଣାଳୟ, ରେଳ ମନ୍ତ୍ରଣାଳୟ, ଡାକ ବିଭାଗ, ଗୃହ ମନ୍ତ୍ରଣାଳୟ, ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ, କେନ୍ଦ୍ରୀୟ ଶିଳ୍ପ ସୁରକ୍ଷା ବଳ, ସିବିଆଇ, କଷ୍ଟମ୍ସ ଏବଂ ବ୍ୟାଙ୍କିଙ୍ଗରେ ଏହି ଚାକିରି ବଣ୍ଟନ କରାଯିବ। ଦେଶର ବିଭିନ୍ନ ସହରରୁ ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀମାନେ ଅଂଶଗ୍ରହଣ କରିବେ। ଓଡ଼ିଶାରୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଗୁଜରାଟରୁ ସ୍ୱାସ୍ଥ୍ୟମନ୍ତ୍ରୀ ମାନସୁଖ ମାଣ୍ଡଭିଆ, ଚଣ୍ଡିଗଡ଼ରୁ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର, ମହାରାଷ୍ଟ୍ରରୁ ବାଣିଜ୍ୟ ମନ୍ତ୍ରୀ ପୀୟୁଷ ଗୋୟଲ, ରାଜସ୍ଥାନରୁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ତାମିଲନାଡୁରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏହି କାର୍ଯ୍ୟକ୍ରମରେ ଯୋଡ଼ି ହେବ। ସେହିପରି ଉତ୍ତରପ୍ରଦେଶରୁ ମନ୍ତ୍ରୀ ମହେନ୍ଦ୍ର ପାଣ୍ଡେ, ଝାଡଖଣ୍ଡରୁ ଆଦିବାସୀ ବ୍ୟାପାର ମନ୍ତ୍ରୀ ଅର୍ଜୁନ ମୁଣ୍ଡା ଏବଂ ବିହାରରୁ ପଞ୍ଚାୟତ ମନ୍ତ୍ରୀ ଗିରିରାଜ ସିଂ ମଧ୍ୟ ଏହି କାର୍ଯ୍ୟକ୍ରମରେ ସାମିଲ ହେବେ।

 

Breaking News