ରିପୋର୍ଟ କାର୍ଡ / ଭୁବନେଶ୍ୱର
ସମସ୍ତ ଯୁବକ ଏବଂ ଯୁବତୀମାନଙ୍କ ପାଇଁ ଜାତୀୟ ଆଜୀବିକା ସେବା କେନ୍ଦ୍ର (NCSCDA), ଭୁବନେଶ୍ୱର, ତରଫରୁ ଏକ ନିଯୁକ୍ତି ମେଳାର ଆୟୋଜନ କରାଯାଇଅଛି | ସେଥିରେ ଆଂଶିକ ଭିନ୍ନକ୍ଷମ ମାନେ ୪୦% ରୁ ଅଧିକ ମଧ୍ୟ ଭାଗ ନେଇ ପାରିବେ। ଏହା ୨୮ ଅକ୍ଟୋବର ୨୦୨୨ ରେ ଏନସିଏସସିଡ଼ିଏ (NCSCDA) କ୍ଯାମ୍ପସ ପରିସରରେ ଅନୁଷ୍ଠିତ ହେବ। ଏହି ନିଯୁକ୍ତି ମେଳାରେ ବିଭିନ୍ନ କ୍ଷେତ୍ରରେ ଯଥା:- ହାଉସ କିପିଙ୍ଗ , ଗ୍ରାହକ କେୟାର ଏକ୍ଜିକ୍ୟୁଟିଭ୍, ସେଲ୍ସ ଆସୋସିଏଟ୍, କିଚେନ ହେଲପେର, ସୁପରଭାଇଜର ,ଟେଲି ମାର୍କେଟିଂ ପ୍ରାୟ ୪୦୦ରୁ ଅଧିକ ପଦବୀ ନିଯୁକ୍ତି ପାଇଁ ବିଭିନ୍ନ କମ୍ପାନୀ / ସଂସ୍ଥା ଅଂଶଗ୍ରହଣ କରୁଛନ୍ତି। ପଞ୍ଚମ ଶିକ୍ଷାଗତ ପାସ , ଦଶମ ପାସ ଏବଂ ଦଶମଠାରୁ ଅଧିକ ଶିକ୍ଷାଗତ ଥିଲେ ଭାଗ ନେଇ ପାରିବେ। ତେଣୁ, ସମସ୍ତ ଚାକିରି ଆଶାୟୀ ପାର୍ଥୀ ନିଜର ଶିକ୍ଷାଗତ ପ୍ରମାଣପତ୍ରର ନକଲ , ଆଧାର କାର୍ଡ, ପାସପୋର୍ଟ ସାଇଜ୍ ଫଟୋଗ୍ରାଫ୍, ଭିନ୍ନକ୍ଷମ ପ୍ରମାଣପତ୍ର ଏବଂ ବାୟୋ ଡାଟା ଇତ୍ୟାଦି ଡକ୍ୟୁମେଣ୍ଟ୍ ସହିତ ଚାକିରି ମେଳାରେ ଯୋଗଦେବାକୁ ଅନୁରୋଧ କରାଯାଇଛି।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..