ରିପୋର୍ଟ କାର୍ଡ / ଭୁବନେଶ୍ୱର
ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ ଲଗାଇବା ସମୟସୀମାକୁ ଆଉ ମାସେ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର | ୨୦୨୩ ଫେବ୍ରୁଆରୀ ପର୍ୟ୍ୟନ୍ତ ଅବଧି ବୃଦ୍ଧି କରିଛନ୍ତି ସରକାର । ଶେଷ ଅଙ୍କ ୧,୨,୩,୪ ଥିଲେ, ସେଥିରେ ନଭେମ୍ବର ୩୦ ମଧ୍ୟରେ ଏଚଏସଆରପି ନମ୍ବର ପ୍ଲେଟ୍ ଲାଗିବ । ସେହିପରି ଶେଷ ଅଙ୍କ ୫,୬ ଥିଲେ, ସେଥିରେ ଡିସେମ୍ବର ୩୧ ମଧ୍ୟରେ ଏଚଏସଆରପି ନମ୍ବର ପ୍ଲେଟ୍ ଲାଗିବ । ଶେଷ ଅଙ୍କ ୭,୮ ଥିଲେ, ସେଥିରେ ଜାନୁଆରୀ ୩୧ ମଧ୍ୟରେ ଏଚଏସଆରପି ନମ୍ବର ପ୍ଲେଟ୍ ଲାଗିବ । ଶେଷ ଅଙ୍କ ୦ କିମ୍ବା ୯ ଥିଲେ, ସେଥିରେ ଫେବ୍ରୁଆରୀ ୨୮ ମଧ୍ୟରେ ଏଚଏସଆରପି ନମ୍ବର ପ୍ଲେଟ୍ ଲାଗିବ । ପୂର୍ବରୁ ନମ୍ବର ପ୍ଲେଟର ଡେଡଲାଇନ ପ୍ରସଙ୍ଗକୁ ନେଇ ହାଇକୋର୍ଟ ଅସନ୍ତୋଷ ବ୍ୟକ୍ତ କରିବା ସହ ରାଜ୍ୟ ସରକାରଙ୍କୁ ଜବାବ ମାଗିଥିଲେ । ୨୦୧୯ ମସିହା ପୂର୍ବରୁ ପଞ୍ଜୀକୃତ ସମସ୍ତ ଗାଡ଼ିରେ ହାଇ ସିକ୍ୟୁରିଟି ରେଜିଷ୍ଟ୍ରେସନ ପ୍ଲେଟ ଲଗାଇବାକୁ ରାଜ୍ୟ ସରକାର ବାଧ୍ୟତାମୂଳକ କରିଥିଲେ । ଅକ୍ଟୋବର ୧ ତାରିଖ ଠାରୁ ଏହାର ଯାଞ୍ଚ କରାଯାଇ ଉଲ୍ଲଂଘନକାରୀଙ୍କଠାରୁ ଜରିମାନା ଆଦାୟ କରାଯିବ ବୋଲି କୁହାଯାଇଥିଲା । ଯେଉଁମାନେ ଅନଲାଇନ୍ ବୁକିଂ କରିବା ସହ ସ୍ଲିପ ପାଖରେ ରଖିଥିବେ ସେମାନେ ଚେକିଂରୁ ରକ୍ଷା ପାଇପାରିବେ ବୋଲି ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଥିଲା ।






More Stories
ରାଜ୍ୟରେ ଶିକ୍ଷା ବ୍ୟବସ୍ଥାର ବଡ ତ୍ରୁଟି; ବହିରେ ୧୬୭୮ଟି ଭୁଲ ଚିହ୍ନଟ…..
ଚେମେଲୀଙ୍କୁ ୭୦ ଲକ୍ଷ ଟଙ୍କା….
ଜରୁରୀ ସେବାକୁ ଇନ୍ଧନ ମନା କଲେ ଜେଲ୍…..