ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମଙ୍ଗଳବାର ଦିଲ୍ଳୀର ନରେଲା ଅଞ୍ଚଳରେ ଏକ ପାଇପ କାରଖାନାରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଜଳିଯାଇଥିବା ବେଳେ ୨୦ ଜଣ ଆହତ ହୋଇଥିବା ସୂଚନା ମିଳୁଛି । ୩ ଜଣଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହାସହ ଅନେକ ଲୋକେ ଏବେ ମଧ୍ୟ କାରଖାନାରେ ଫସି ରହିଛନ୍ତି। ଖବରପାଇ ଅଗ୍ନିଶମ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ସୂଚନା ଯୋଗ୍ୟ, ନରେଲା ଅଞ୍ଚଳରେ ଅଗ୍ନିକାଣ୍ଡ ଘଟିଥିବା ନେଇ ଖବର ପାଇବା ମାତ୍ରେ ୧୦ଟି ଦମକଳ ଗାଡି ଘଟଣା ସ୍ଥଳରେ ପହଞ୍ଚିଥିଲେ। କାରଖାନାର ପ୍ରଥମ ଓ ଦ୍ୱିତୀୟ ମହଲାରେ ନିଆଁ ଲାଗି ଯାଇଥିଲା। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ଘଟଣାର ତଦନ୍ତ ଜାରିରହିଛି |






More Stories
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……
ନମାଜ ସମୟରେ ବିସ୍ଫୋରଣ,୧୦ ମୃତ୍ୟୁ…..