ରିପୋର୍ଟ କାର୍ଡ / ଭଦ୍ରକ
ଧାମନଗର ଉପ ନିର୍ବାଚନରେ ନିୟୋଜିତ ଥିବା ପୋଲିଂ କର୍ମଚାରୀ ନଟବର ମୁଣ୍ଡା ଙ୍କର ମୃତ୍ୟୁ ଘଟିଛି । ତାଙ୍କ ଘର ଭଦ୍ରକ ଜିଲ୍ଲା ବାଗୁରାଇ ଆଞ୍ଚଳରେ। ନଟବରଙ୍କୁ ଧାମନଗର ୧୩୯ ନମ୍ବର ବୁଥ୍ର ପୋଲିଂ କର୍ମଚାରୀ ଭାବେ ନିୟୋଜିତ କରାଯାଇଥିଲା। ଗତକାଲି ବୁଥ୍ ପହଞ୍ଚିବା ପରେ ସେ ଅସୁସ୍ଥ ଅନୁଭବ କରିଥଲେ | ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ନିର୍ବାଚନ ଡ୍ୟୁଟିରୁ ଅବ୍ୟାହତି କରି ଦିଆଯାଇଥିଲା। ପରେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ଘଟିଥିଛି | ଏନେଇ ଭଦ୍ରକ ଜିଲ୍ଲାପାଳ ସୂଚନା ଦେଇଛନ୍ତି।ମିଳୁଥିବା ସୂଚନା ଅନୁସାରେ-ପୋଲିଂ କର୍ମଚାରୀ ନଟବ ଙ୍କୁ ୧୫ ଲକ୍ଷର କ୍ଷତି ପୂରଣ ମିଳିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି |






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..