Report Card Odisha

| Daily Odia News

ଆଇପିଏସ୍ ଲଳିତ ଦାସଙ୍କୁ ନୂଆ ଦାୟିତ୍ୱ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଇପିଏସ୍ ଲଳିତ ଦାସଙ୍କୁ ରାଜ୍ୟ ସରକାର ନୂଆ ନିଯୁକ୍ତି ଦେଇଛନ୍ତି । ଗତ ଏପ୍ରିଲ ଦ୍ୱିତୀୟ ସପ୍ତାହରେ ସରକାର ତାଙ୍କୁ ଅଚାନକ ଗୁଇନ୍ଦା ନିର୍ଦ୍ଦେଶକ ପଦରୁ ହଟାଇ ଗୃହ ବିଭାଗର ଓଏସଡି ଭାବେ ନିଯୁକ୍ତି ଦେଇଥିଲେ । ଆଜି ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୧୯୯୨ ବ୍ୟାଚ୍ ଆଇପିଏସ୍ ଲଳିତ ଦାସଙ୍କୁ କଟକସ୍ଥିତ ରାଜ୍ୟ ପ୍ରିଣ୍ଟିଂ,ଷ୍ଟେସନାରୀ ଓ ପବ୍ଲିକେସନ୍ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି । ଆଇପିଏସ୍ ବିକେ ଶର୍ମା ଗତ ୩୧ତାରିଖରେ ସରକାରୀ ଚାକିରିରୁ ଅବସର ନେବା ପରେ ଏହି ପଦବୀ ଖାଲି ପଡ଼ିଥିଲା । ଶ୍ରୀ ଲଳିତ ଦାସଙ୍କୁ ଆଜି ଏହି ନୂଆ ନିଯୁକ୍ତି ମିଳିଛି ।

Breaking News