Report Card Odisha

| Daily Odia News

ଆଜି ମହାପ୍ରଭୁଙ୍କର ବାଙ୍କଚୁଡ଼ା ବେଶ…..

ରିପୋର୍ଟ କାର୍ଡ / ପୁରୀ

ଆଜି ହେଉଛି ପବିତ୍ର ପଂଚୁକ ବ୍ରତର ଦ୍ଵିତୀୟ ଦିନ | ପଞ୍ଚୁକର ଦ୍ୱାଦଶୀ ତିଥିରେ ଆଜି ଭକ୍ତ ମାନେ ମହାପ୍ରଭୁଙ୍କୁ ବାଙ୍କଚୁଡ଼ା ବେଶ ହୋଇଛନ୍ତି | ମହାପ୍ରଭୁଙ୍କର ଏହି ବେଶ ଦର୍ଶନରେ ଅଶେଷ ପୁଣ୍ୟ ମିଳେ ବୋଲି ବିଶ୍ୱାସ ରହିଛି | ଏଥିପାଇଁ ଶ୍ରୀମନ୍ଦିରରେ ଲାଗି ରହିଛି ଭକ୍ତଙ୍କ ଗହଳି ।ମହାପ୍ରଭୁଙ୍କର ଆଜିର ଏହି ବେଶ ଓ ନୀତିକୁ ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି । ଗତକାଲି ପଞ୍ଚୁକର ପ୍ରଥମ ଦିନରେ ମହାପ୍ରଭୁ ଲକ୍ଷ୍ମୀନାରାୟଣ ବେଶରେ ବିଭୂଷିତ ହୋଇଥିବା ବେଳେ ଲକ୍ଷାଧିକ ଭକ୍ତ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦର୍ଶନ କରିଥିଲେ।

Breaking News