ରିପୋର୍ଟ କାର୍ଡ / ଭୁବନେଶ୍ୱର
ଡିସେମ୍ବର ୫ରେ ହେବ ପଦ୍ମପୁର ଉପନିର୍ବାଚନ । ଆଜି ନିର୍ବାଚନ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନର । ଖବର ଅନୁଯାୟୀ, ଡିସେମ୍ବର ୫ରେ ପଦ୍ମପୁର ଉପନିର୍ବାଚନ ହେବାକୁ ଯାଉଛି । ଏଥିଲାଗି ନଭେମ୍ବର ୧୦ରେ ପ୍ରକାଶ ପାଇଁ ବିଧିବଦ୍ଧ ବିଜ୍ଞପ୍ତି । ଏହାପରେ ନଭେମ୍ବର ୧୮ରେ ପ୍ରାର୍ଥୀପତ୍ରର ହେବ ଯାଞ୍ଚ । ନଭେମ୍ବର ୨୧ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ଶେଷ ଦିନ ହୋଇଥିବା ବେଳେ ସେହି ଦିନ ଚୂଡାନ୍ତ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯିବ । ପରେ ଡିସେମ୍ବର ୧୦ରେ ଭୋଟ ଗଣତି ଓ ଫଳାଫଳ। ବିଜେଡି ବିଧାୟକ ବିଜୟରଞ୍ଜନ ସିଂହ ବରିହାଙ୍କ ଦେହାନ୍ତ ପରେ ଆସନ ଖାଲି ପଡିଛି ।






More Stories
ଜ୍ଞାନକୁ ସମାଜ କଲ୍ୟାଣରେ ବିନିଯୋଗ କର…..
୧୦ ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ ଜାରି……
ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ମୁହଁ ଖୋଲିଲେ ଡିଜିପି…..