ରିପୋର୍ଟ କାର୍ଡ / ଭୁବନେଶ୍ୱର
ଧାମନଗର ପରେ ଏବେ ପଦ୍ମପୁର ଉପନିର୍ବାଚନ ପାଇଁ ରଜନୀତି ଉଷ୍ଣତା ଦେଖା ଦେଇଛି । ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇସାରିଥିବା ବେଳେ ପାର୍ଥୀ ଚୟନ ଜୋରଧରିଛି । ପଦ୍ମପୁର ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀଙ୍କ ନାମ ସାମ୍ନାକୁ ଆସିଛି । ପ୍ରଦୀପ ପୁରୋହିତଙ୍କୁ ବିଜେପି ପକ୍ଷରୁ ପ୍ରାର୍ଥୀ କରାଯିବ । ପ୍ରଦୀପ ବିଜେପି ପ୍ରାର୍ଥୀ ହେବା ନେଇ ସୂଚନା ଦେଇଛନ୍ତି ଦଳୀୟ ନେତ୍ରୀ କୁସୁମ ଟେଟେ । ସେହିପରି ଆସନ୍ତା ୧୪ ତାରିଖରେ ବିଜେପି ପ୍ରାର୍ଥୀ ଉପନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କରିବେ ବୋଲି କହିଛନ୍ତି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ।






More Stories
୩୦ ସୁଦ୍ଧା ଚୂଡ଼ାନ୍ତ ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକା…..
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା…..
ଆଜି ରାଜ୍ୟ କ୍ୟାବିନେଟ ବୈଠକ….