ରିପୋର୍ଟ କାର୍ଡ / ଭୁବନେଶ୍ୱର
ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତଙ୍କୁ ବିଜେପି ପ୍ରାର୍ଥୀ ଘୋଷଣା କରିଛି। ଏନେଇ ଆଜି ବିଜେପି କେନ୍ଦ୍ରୀୟ ନିର୍ବାଚନ ସମିତି ପକ୍ଷରୁ ଘୋଷଣା କରାଯାଇଛି। ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ପ୍ରଦୀପ ପୁରୋହିତ ପଦ୍ମପୁରର ବିଧାୟକ ଥିଲେ। ଏହାପରେ ୨୦୧୯ରେ ସେ ବିଜେଡି ପ୍ରାର୍ଥୀ ବିଜୟ ରଂଜନ ସିଂ ବରିହାଙ୍କ ଠାରୁ ଅଳ୍ପ ଭୋଟ ବ୍ୟବଧାନରେ ପରାଜୟ ହୋଇଥିଲେ । ରାଜ୍ୟ ବିଜେପି କୃଷକ ମୋର୍ଚ୍ଚାର ସଭାପତି ଅଛନ୍ତି ପ୍ରଦୀପ ପୁରୋହିତ। ଚଳିତଥର ପୁଣି ଥରେ ପ୍ରଦୀପ ପୁରୋହିତଙ୍କୁ ବିଜେପି ପକ୍ଷରୁ ପ୍ରାର୍ଥୀ କରାଯାଇଛି।






More Stories
ମହିଳାଙ୍କୁ ଟାଣିନେଲା କୁମ୍ଭୀର…..
ବାପାର ଜୀବନ ନେଲା ପୁଅ…..
ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା: ଜେଲ୍ ଗଲେ ସଂଗ୍ରାମ କେଶରୀ ବେହେରା…..