Report Card Odisha

| Daily Odia News

ଆନ୍ଦୋଳନରୁ ଓହରିଲେ ଡ୍ରାଇଭର ମହାସଂଘ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆନ୍ଦୋଳନରୁ ଓହରିଲେ ଡ୍ରାଇଭର ମହାସଂଘ । ଗତ ଦୁଇ ଦିନ ଧରି ଭୁବନେଶ୍ବରରେ ଡ୍ରାଇଭର ମହାସଂଘ ପକ୍ଷରୁ ଆନ୍ଦୋଳନ ଚାଲିଥିଲା । ଆଜି ମହାସଂଘର ଏକ ପ୍ରତିନିଧି ଦଳ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସେମାନଙ୍କର ଦାବି ସମ୍ପର୍କରେ ଆଲୋଚନା କରିଥିଲେ । ମାସକ ମଧ୍ୟରେ ଡ୍ରାଇଭର ମହାସଂଘର ଦାବି ପୂରଣ କରିବାକୁ ମୁଖ୍ୟମନ୍ତ୍ରୀ ଆଶ୍ବାସନା ଦେଇଛନ୍ତି । ଏହା ପରେ ଆନ୍ଦୋଳନରୁ ଓହରିଛନ୍ତି ଡ୍ରାଇଭର ମହାସଂଘ | ମୁଖ୍ୟମନ୍ତ୍ରୀଙ୍କ ଆଶ୍ବାସନା ପରେ ମହାସଂଘର କର୍ମକର୍ତ୍ତମାନେ ଲିଙ୍ଗରାଜ ମନ୍ଦିର ଯାଇ ଠାକୁରଙ୍କ ନିକଟରେ କୃତଜ୍ଞତା ଜଣାଇଛନ୍ତି । ଏଥିସହ ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କ ଠାରୁ ସକାରାତ୍ମକ ପ୍ରତିଶ୍ରୁତି ମିଳିଥିବାରୁ ଆନ୍ଦୋଳନ ସ୍ଥଳରେ ସେମାନେ ଉତ୍ସବ ମନାଇଛନ୍ତି । ଦଣ୍ଡବତ ଯାତ୍ରା ସଫଳ ହୋଇଛି ବୋଲି ଡ୍ରାଇଭର ସଂଘ କହିଛନ୍ତି । ଏଥିସହ ସରକାର ଓ ଜଗନ୍ନାଥଙ୍କ ଉପରେ ଆମ ସମ୍ପୂର୍ଣ୍ଣ ବିଶ୍ବାସ ଅଛି ବୋଲି କହିଛନ୍ତି ।

Breaking News