Report Card Odisha

| Daily Odia News

ଆକସ୍ମିକ ଧନଲାଭର ସୂଚନା ମିଳୁଛି….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମେଷ : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ, ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ତେଜସ୍ବୀ ହେବେ।
ବୃଷ : ଉଦାର ସ୍ବଭାବସମ୍ପନ୍ନ ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହେବେ। ଜଳ ଯାତ୍ରା ନ କରିବା ଭଲ। ପ୍ରେମୀ ଓ ବୁଦ୍ଧିମାନ ହେବେ।
ମିଥୁନ : ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର, ସମ୍ମାନ ମିଳିବ। ସୁଖୀ ଜୀବନ ବିତାଇବେ।
କର୍କଟ : ଭାଗ୍ୟଶାଳୀ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାରଚରିତ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବନ୍ଧୁ ସହାୟତା ମିଳିବ।
ସିଂହ : ଶ୍ରୀଚନ୍ଦ୍ର ଭୋଗ ହେତୁ ଆୟ ଆଶାନୁରୂପ ହେବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଚକ୍ଷୁ ପୀଡ଼ା ଅନୁଭବ କରିପାରନ୍ତି। ନୀତିନିଷ୍ଠ ହେବେ।
କନ୍ୟା : ଥଣ୍ଡାକଫରେ ଆକ୍ରାନ୍ତ ହୋଇପାରନ୍ତି। କର୍ମଚଞ୍ଚଳ ରହିବେ। ଏକାନ୍ତରେ ଧ୍ୟାନରତ ହୋଇ ସଫଳତା ଲାଭ କରିବେ। ମଧୁର କଥା କହି ପରକୁ ଆପଣାର କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ।
ତୁଳା : ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ଧନ ଲାଭ ହେବ। କରିତ୍‌କର୍ମା ହେବେ।
ବିଛା : କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ, ସଦ୍ଦିଚ୍ଛା ଭାବ ରହିବ।
ଧନୁ : ଭାଗ୍ୟଶାଳୀ ହେବେ। ଭୋଗୀ ଓ ବିଳାସୀ ହୋଇପାରନ୍ତି। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଉଦ୍ୟୋଗୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ମକର : ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ। ସ୍ବାଭିମାନୀ ହେବେ। ବ୍ୟବସାୟ ଲାଭଦାୟକ ହେବ। ପରିସ୍ଥିତିରେ ପଡ଼ି ମନରେ ଈର୍ଷାଭାବ ଜାଗ୍ରତ ହୋଇପାରେ। ଜଳଯାତ୍ରାରେ ବିପଦ ଅଛି। ସତର୍କତାର ଦିନ ଆଜି।
କୁମ୍ଭ : ବନ୍ଧୁ ମିଳନ ଘଟିବାର ସୂଚନା ମିଳୁଛି। ସମାଜ ସେବାରେ ନିଜକୁ ନିୟୋଜିତ କରିବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ବ୍ୟବସାୟ ଲାଭଦାୟକ। ମହିଳା ଗୋଷ୍ଠୀଙ୍କୁ ସହାୟତା ଓ କର୍ମସଂସ୍ଥାନ ମିଳିବ।
ମୀନ : ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ।

Breaking News