ରିପୋର୍ଟ କାର୍ଡ / ମୟୁରଭଞ୍ଜ
ରାସ୍ତା କଡ଼ରେ ଥିବା ଗଛରୁ ଯୁବକଙ୍କ ଝୁଲନ୍ତା ମୃତେଦହ ଉଦ୍ଧାର ହୋଇଛି । ଏଭଳି ଘଟଣା ସାମ୍ନାକୁ ଆସିଛି ମୟୁରଭଞ୍ଜ ଜିଲ୍ଲା ଉଦଳା ଥାନା ବାଲିଛତ୍ରା ଗାଁରୁ । ମୃତକ ବାଲିଛତ୍ରା ଗାଁର ଗବରା ସିଂହ ବୋଲି ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ, ଗବରା ସିଂହ ଏକ ଗଛରେ ଝୁଲୁଥିବାରେ ଦେଖିଥିଲେ ସ୍ଥାନୀୟଲୋକେ । ଏହାପରେ ତୁରନ୍ତ ପୋଲିସକୁ ଖବର ଦେଇଥିଲା । ଉଦଳା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ତଦନ୍ତ ଜାରି ରଖିଛି । ଗବରା ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଛି । ପାରିବାରିକ କଳହରୁ ଆତ୍ମହତ୍ୟା କରିଥିବା ପୋଲିସ ସନ୍ଦେହ କରୁଛି ।






More Stories
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍…..
ଆଜି ପ୍ରବଳ ବର୍ଷିବ,୫ ଜିଲ୍ଲାକୁ ରେଡ୍ ଓ୍ବାର୍ନିଂ ଜାରି…..
ଶାହଙ୍କ ଓଡିଶା ଗସ୍ତ ବାତିଲ…..