ରିପୋର୍ଟ କାର୍ଡ / ପଦ୍ମପୁର
ପଦ୍ମପୁର ଉପନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀନୀ ବର୍ଷା ବରିହା । ଆଜି ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଏହି ଅବସରେରେ ଦଳର ବହୁ ନେତା ଓ କର୍ମୀ ଉପସ୍ଥିତ ରହିଥିଲେ। ଗୁରୁବାର ପଦ୍ମପୁର ଉପନିର୍ବାଚନର ନାମାଙ୍କନ ଦାଖଲର ଅନ୍ତିମ ଦିବସ ହୋଇଥିବା ବେଳେ ପ୍ରଥମେ ସ୍ଵାଧୀନ ପ୍ରାର୍ଥୀ ଭାବେ ଜୟନ୍ତ ଥାପା ନାମାଙ୍କନ ଦାଖଲ କରିଥିଲେ। ପରେ ବର୍ଷା ବରିହା ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହାପରେ ବିଜେପି ଓ କଂଗ୍ରେସର ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିବେ ବୋଲି ସୂଚନା ମିଳିଛି।






More Stories
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା…..
ସ୍ୱନକ୍ଷତ୍ର ଉତ୍ସବରେ ୬୬୨ବର୍ଗ କଲେଜ ସଂଘର ଶପଥ……
ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ବଡ ସୂଚନା…..